କରୋନା ମୁକାବିଲା ପ୍ରସ୍ତୁତି: ରାଜ୍ୟ ବାହାର ଫେରନ୍ତାଙ୍କ ସୂଚନା ପାଉନି ସ୍ବାସ୍ଥ୍ୟ ବିଭାଗ

କଟକ ସଦର,୨୩।୩(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ କଟକ ସଦର ବ୍ଲକ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ବ୍ଲକ ଅଧୀନ ୨୩ଟି ପଞ୍ଚାୟତର ପ୍ରମୁଖ ବିଦ୍ୟାଳୟରେ ଅସ୍ଥାୟୀ ଭାବେ ସ୍ବାସ୍ଥ୍ୟକ୍ୟାମ୍ପ ଖୋଲିବା ବ୍ୟବସ୍ଥା କରାଯାଇଛି। ହେଲେ ରାଜ୍ୟ ବାହାର ଫେରନ୍ତା ଲୋକମାନଙ୍କ ସୂଚନା ଠିକ୍‌ ସମୟରେ ସ୍ବାସ୍ଥ୍ୟ ବିଭାଗ ପାଉ ନ ଥିବା ସମ୍ପର୍କରେ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। କାରଣ ଯେଉଁ ଲୋକମାନେ ନିଜ ଘରକୁ ଫେରି ଆସିଛନ୍ତି ସେମାନଙ୍କ ସବିଶେଷ ବିବରଣୀ ସ୍ଥାନୀୟ ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀ ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଦେବା ଲାଗି କୁହାଯାଇଥିଲା। ଏଥିରେ ସନ୍ତୋଷଜନକ ଅଗ୍ରଗତି ଘଟୁ ନ ଥିବା କଥା ସମ୍ପୃକ୍ତ ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି। ବାହାର ରାଜ୍ୟରୁ ଫେରିଥିବା ଲୋକମାନଙ୍କ ସ୍ବାସ୍ଥ୍ୟ ଉପରେ ୧୪ ଦିନ ପର୍ଯ୍ୟନ୍ତ ତୀକ୍ଷ୍ଣ ଦୃଷ୍ଟି ଦିଆଯିବା ପାଇଁ ଗାଇଡ୍‌ ଲାଇନ୍‌ ପ୍ରସ୍ତୁତ ହୋଇଛି। ଗତ ୧୯ ତାରିଖରେ ଏହି ବ୍ଲକର ସମସ୍ତ ପଞ୍ଚାୟତସ୍ତରରେ ଆୟୋଜିତ ସଚେତନତା ବୈଠକରେ ସ୍ବାସ୍ଥ୍ୟ ବିଭାଗର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ବିଶେଷକରି ସାହିରେ ଥିବା ବାହାର ଲୋକମାନଙ୍କ ଆଗମନ ସମ୍ପର୍କରେ ଜଣାଇବା ପାଇଁ ଓ୍ବାର୍ଡ ସଭ୍ୟାସଭ୍ୟ ଓ ସରପଞ୍ଚମାନଙ୍କୁ କୁହାଯାଇଥିଲା। ରବିବାର ସୁଦ୍ଧା ଅସ୍ଥାୟୀ ମେଡିକାଲ କ୍ୟାମ୍ପଗୁଡିକୁ ରଙ୍ଗ ଦିଆଯିବା କାର୍ଯ୍ୟ କରାଯାଉଥିବା ଲକ୍ଷ୍ୟ କରାଯାଇଥିଲା। ହେଲେ କେତେକ ସ୍ଥାନରେ ଲୋକମାନେ ଆତଙ୍କିତ ଥିବାରୁ ରଙ୍ଗମିସ୍ତ୍ରୀ କାମ କରିବା ପାଇଁ ରାଜି ହେଉ ନ ଥିବା କଥା ଆୟତ୍ତପୁର ସରପଞ୍ଚ କାନନ କୁମାରୀ ସାହୁ କହିଛନ୍ତି। ସେହିପରି ପ୍ରହରାଜପୁର ଅଞ୍ଚଳର ବହୁ ଲୋକ ବିଦେଶ ଓ ରାଜ୍ୟ ବାହାରରୁ ଫେରିଥିବା କାରଣରୁ ସେମାନଙ୍କ ନାମ ପଞ୍ଜୀକରଣ ପାଇଁ ଚେଷ୍ଟା କରାଯାଉଛି ବୋଲି ପ୍ରହରାଜପୁର ସରପଞ୍ଚ ରୂପସୀ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri