କରୋନା ମୁକାବିଲା: ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଆରମ୍ଭରୁ ସତର୍କତା ଅବଲମ୍ବନ କରାଯାଇଛି। ସାମାଜିକ ଦୂରତା ନିୟମକୁ ପାଳନ କରିବା ପାଇଁ ବିଧାନସଭା ବଜେଟ ଅଧିବେଶନକୁ ହ୍ରାସ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଅନ୍ୟ ଲୋକପ୍ରତିନିଧିମାନେ ବିଧାନସଭା ପରିସରରୁ ହାତଧୁଆ କାର୍ଯ୍ୟକ୍ରମ କରି ସଚେତନତାର ବାର୍ତ୍ତା ଦେଇଥିଲେ। ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ସମସ୍ତ ପ୍ରଶାସନିକ କାର୍ଯ୍ୟର ପ୍ରତିଦିନ ସମୀକ୍ଷା କରି ଆସୁଛନ୍ତି। ଅନୁରୂପଭାବେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଜିଲାଓ୍ବାରି ଗସ୍ତକରି ସ୍ବାସ୍ଥ୍ୟ ଭିତ୍ତିଭୂମି ସମୀକ୍ଷା ଜାରି ରଖିଛନ୍ତି। ଏତଦ୍‌ବ୍ୟତୀତ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଏବଂ କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ ସ୍ବତନ୍ତ୍ର କୋଭିଡ ହସ୍ପିଟାଲ ପ୍ରତିଷ୍ଠା ନେଇ କାର୍ଯ୍ୟ କରୁଛନ୍ତି। କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ ମହାପାତ୍ର ସାମାଜିକ ଦୂରତା, ଗୃହ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ପ୍ରବାସୀ ଓଡ଼ିଆଙ୍କ ସମସ୍ୟାର ସମାଧାନ, ଶ୍ରମ ବିଭାଗର ପ୍ରମୁଖ ସଚିବ ଅନୁ ଗର୍ଗ କୋଭିଡ ସମ୍ପର୍କିତ ପ୍ରଶିକ୍ଷଣ ଏବଂ ପୂର୍ତ୍ତ ସଚିବ କ୍ରିଷନ କୁମାର ଅନ୍ୟ ରାଜ୍ୟରୁ ଫେରୁଥିବା ଓଡ଼ିଆଙ୍କ ପଞ୍ଜୀକରଣ କାର୍ଯ୍ୟର ତଦାରଖ କରୁଛନ୍ତି। ସେହିପରି ଜଳ ସମ୍ପଦ ବିଭାଗ ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ, ଶିଳ୍ପ ପ୍ରମୁଖ ସଚିବ ହେମନ୍ତ ଶର୍ମାଙ୍କୁ ଅତ୍ୟାବଶ୍ୟକ ମେଡିକାଲ ସାମଗ୍ରୀ ପ୍ରସ୍ତୁତି ଓ ଯୋଗାଣ ଦାୟିତ୍ୱ ପ୍ରଦାନ କରାଯାଇଛି। କ୍ରୀଡ଼ା ସଚିବ ବିଶାଲ ଦେବ ଏବଂ ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ଆର୍‌ ଯାଦବଙ୍କୁ ମୁଖ୍ୟ ଶାସନ ସଚିବଙ୍କ ଓଏସ୍‌ଡି ଭାବେ ନିଯୁକ୍ତ କରାଯାଇଛି। କ୍ରୀଡ଼ା ନିର୍ଦ୍ଦେଶକ ଆର୍‌ ଭିନିଲକ୍ରିଷ୍ଣାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)ର ମୁଖ୍ୟ ପରାମର୍ଶଦାତାଙ୍କ ଓଏସ୍‌ଡି ଭାବେ ନିଯୁକ୍ତି ଦିଆଯାଇଛି। ଏମାନଙ୍କ ବ୍ୟତୀତ ଓସେପା, ଏସ୍‌ପିଡି ବି.ଏସ. ପୁନିଆ, ସାମାଜିକ କଲ୍ୟାଣ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରଓ୍ବାଲ, ୨୦୦୭ ବ୍ୟାଚର ଅଧିକାରୀ ସୋମେଶ କୁମାର ଉପାଧ୍ୟାୟ, ପି.ଅନ୍ବେଷ ରେଡ୍ଡି, ହେମ୍‌ କାନ୍ତ ସାଏଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ନିଯୁକ୍ତି ଦିଆଯାଇଛି। ସେହିପରି ଆଇପିଏସ୍‌ ଅଧିକାରୀ ଘନଶ୍ୟାମ ଉପାଧ୍ୟାୟ, ଜୟନାରାୟଣ ପଙ୍କଜ ଏବଂ ଅନିରୁଦ୍ଧ କୁମାର ସିଂଙ୍କୁ ସ୍ବାସ୍ଥ୍ୟ ବିଭାଗରେ ବିଶେଷ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?