କରୋନା ମୁକାବିଲା: ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଆରମ୍ଭରୁ ସତର୍କତା ଅବଲମ୍ବନ କରାଯାଇଛି। ସାମାଜିକ ଦୂରତା ନିୟମକୁ ପାଳନ କରିବା ପାଇଁ ବିଧାନସଭା ବଜେଟ ଅଧିବେଶନକୁ ହ୍ରାସ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଅନ୍ୟ ଲୋକପ୍ରତିନିଧିମାନେ ବିଧାନସଭା ପରିସରରୁ ହାତଧୁଆ କାର୍ଯ୍ୟକ୍ରମ କରି ସଚେତନତାର ବାର୍ତ୍ତା ଦେଇଥିଲେ। ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ସମସ୍ତ ପ୍ରଶାସନିକ କାର୍ଯ୍ୟର ପ୍ରତିଦିନ ସମୀକ୍ଷା କରି ଆସୁଛନ୍ତି। ଅନୁରୂପଭାବେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଜିଲାଓ୍ବାରି ଗସ୍ତକରି ସ୍ବାସ୍ଥ୍ୟ ଭିତ୍ତିଭୂମି ସମୀକ୍ଷା ଜାରି ରଖିଛନ୍ତି। ଏତଦ୍‌ବ୍ୟତୀତ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଏବଂ କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ ସ୍ବତନ୍ତ୍ର କୋଭିଡ ହସ୍ପିଟାଲ ପ୍ରତିଷ୍ଠା ନେଇ କାର୍ଯ୍ୟ କରୁଛନ୍ତି। କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ ମହାପାତ୍ର ସାମାଜିକ ଦୂରତା, ଗୃହ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ପ୍ରବାସୀ ଓଡ଼ିଆଙ୍କ ସମସ୍ୟାର ସମାଧାନ, ଶ୍ରମ ବିଭାଗର ପ୍ରମୁଖ ସଚିବ ଅନୁ ଗର୍ଗ କୋଭିଡ ସମ୍ପର୍କିତ ପ୍ରଶିକ୍ଷଣ ଏବଂ ପୂର୍ତ୍ତ ସଚିବ କ୍ରିଷନ କୁମାର ଅନ୍ୟ ରାଜ୍ୟରୁ ଫେରୁଥିବା ଓଡ଼ିଆଙ୍କ ପଞ୍ଜୀକରଣ କାର୍ଯ୍ୟର ତଦାରଖ କରୁଛନ୍ତି। ସେହିପରି ଜଳ ସମ୍ପଦ ବିଭାଗ ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ, ଶିଳ୍ପ ପ୍ରମୁଖ ସଚିବ ହେମନ୍ତ ଶର୍ମାଙ୍କୁ ଅତ୍ୟାବଶ୍ୟକ ମେଡିକାଲ ସାମଗ୍ରୀ ପ୍ରସ୍ତୁତି ଓ ଯୋଗାଣ ଦାୟିତ୍ୱ ପ୍ରଦାନ କରାଯାଇଛି। କ୍ରୀଡ଼ା ସଚିବ ବିଶାଲ ଦେବ ଏବଂ ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ଆର୍‌ ଯାଦବଙ୍କୁ ମୁଖ୍ୟ ଶାସନ ସଚିବଙ୍କ ଓଏସ୍‌ଡି ଭାବେ ନିଯୁକ୍ତ କରାଯାଇଛି। କ୍ରୀଡ଼ା ନିର୍ଦ୍ଦେଶକ ଆର୍‌ ଭିନିଲକ୍ରିଷ୍ଣାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)ର ମୁଖ୍ୟ ପରାମର୍ଶଦାତାଙ୍କ ଓଏସ୍‌ଡି ଭାବେ ନିଯୁକ୍ତି ଦିଆଯାଇଛି। ଏମାନଙ୍କ ବ୍ୟତୀତ ଓସେପା, ଏସ୍‌ପିଡି ବି.ଏସ. ପୁନିଆ, ସାମାଜିକ କଲ୍ୟାଣ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରଓ୍ବାଲ, ୨୦୦୭ ବ୍ୟାଚର ଅଧିକାରୀ ସୋମେଶ କୁମାର ଉପାଧ୍ୟାୟ, ପି.ଅନ୍ବେଷ ରେଡ୍ଡି, ହେମ୍‌ କାନ୍ତ ସାଏଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ନିଯୁକ୍ତି ଦିଆଯାଇଛି। ସେହିପରି ଆଇପିଏସ୍‌ ଅଧିକାରୀ ଘନଶ୍ୟାମ ଉପାଧ୍ୟାୟ, ଜୟନାରାୟଣ ପଙ୍କଜ ଏବଂ ଅନିରୁଦ୍ଧ କୁମାର ସିଂଙ୍କୁ ସ୍ବାସ୍ଥ୍ୟ ବିଭାଗରେ ବିଶେଷ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri