କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଲକ୍ଷ ଦେଲା ଓଟିଡିସି

ଭୁବନେଶ୍ୱର, ୨୫।୩(ବ୍ୟୁରୋ): କରୋନା(କୋଭିଡ୍‌-୧୯)ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ଓଟିଡିସି ସହଯୋଗ କରିଛି। ଓଟିଡିସି ସିଏମ୍‌ଆର୍‌ଏଫ୍‌ ପାଣ୍ଠିକୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି। ଏହି ଟଙ୍କା ବୁଧବାର ମନି ଟ୍ରାନ୍ସଫର ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରେରଣ କରାଯାଇଛି।
ଏହି ଅବସରରେ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ସମଗ୍ର ଓ ସାମ୍ପ୍ରତିକ ପରିସ୍ଥିତିରେ ସାମାଜିକ ଦୂରତ୍ୱକୁ ଯଥାସମ୍ଭବ ପାଳନ କରି ନିଜ ଘରେ ନିଜକୁ ଆବଦ୍ଧ ରଖି ନିଜର ଆତ୍ମୀୟସ୍ବଜନ ଓ ପରିବାରବର୍ଗଙ୍କୁ ବିଶ୍ୱ ମହାମାରୀ ‘କରୋନା’ରୁ ସୁରକ୍ଷିତ ରଖିବାକୁ ଅନୁରୋଧ କରିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ କରୋନା ମୁକାବିଲା ନିମନ୍ତେ ଯେଉଁ ଶପଥ ପାଠ ପାଇଁ ଆହ୍ବାନ କରିଛନ୍ତି ତାକୁ ସମସ୍ତେ ଅନୁସରଣ କରିବା ନିମନ୍ତେ ଶ୍ରୀମୟୀ ବିନମ୍ର ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri