କରୋନା ମୁକାବିଲା, ସରପଞ୍ଚଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ମାର୍ଶାଘାଇ, ୨୨।୪ (ଡି.ଏନ୍‌.ଏ.)- କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ଏହି ଭୂତାଣୁ ପ୍ରତିହତ କରିବା ସକାଶେ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରପଞ୍ଚମାନଙ୍କୁ ଦାୟିତ୍ୱ ଦେଇଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସ ଜରିଆରେ ସରପଞ୍ଚମାନଙ୍କ ସହ କଥା ହେବା ସହ ସେମାନଙ୍କୁ ବିଭିନ୍ନ ପରାମର୍ଶ ଦେଇଛନ୍ତି। ତେବେ ବାହାର ରାଜ୍ୟରୁ ଆସୁଥିବା ଶ୍ରମିକମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯିବା ବ୍ୟବସ୍ଥା କରିବାକୁ ସରପଞ୍ଚମାନଙ୍କୁ ଦାୟିତ୍ୱ ଦିଆଯଇଛି। ମାର୍ଶାଘାଇ ବ୍ଲକ ସଭାଗୃହରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୨୪ ପଞ୍ଚାୟତର ସରପଞ୍ଚଙ୍କ ଯୋଗଦେଇଥିଲେ। କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଥିବା ବେଳେ ଯଦି କେହି ବ୍ୟକ୍ତି ନିୟମ ନମାନନ୍ତି ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସରପଞ୍ଚମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବାହାର ରାଜ୍ୟରୁ ଆସୁଥିବା ଲୋକମାନଙ୍କୁ ପଞ୍ଚାୟତସ୍ତରରେ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯିବା ସହ ଖାଦ୍ୟ, ପାନୀୟ ବ୍ୟବସ୍ଥା ଓ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ବ୍ୟବସ୍ଥା କରିବାକୁ ସରପଞ୍ଚମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri