କରୋନା ମୁକାବିଲା ସ୍ଥିତି ପରଖିଲେ ଜିଲାପାଳ

ବରଗଡ଼ ଅଫିସ୍‌,୧୯।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ସଭିଁଙ୍କ ଚିିନ୍ତା ବଢ଼ାଇ ଦେଇଛି । ଏଥିପାଇଁ ଦେଶବ୍ୟାପୀ ଲକ୍‌ ଡାଉନ କଟକଣା ଲାଗୁହୋଇ ଥିବାବେଳେ ସଚେତନତା, ସତର୍କତା ଏବଂ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି । ତେବେ ଏଭଳି ସ୍ଥଳେ ଅସହାୟ, ଗରିବ, ପ୍ରବାସୀ ଶ୍ରମିକ ଆଦିଙ୍କ ସମସ୍ୟା ବହୁଗୁଣିତ ହୋଇ ପଡ଼ିଛି । ଫଳରେ ସେମାନଙ୍କୁ ସହାୟତା ପ୍ରଦାନ ପାଇଁ ସରକାରୀସ୍ତରରେ ବହୁବିଧ ପଦକ୍ଷେପ ନିଆଯାଇଛି । ତେବେ ଜିଲାରେ ତାର କାର୍ଯ୍ୟକାରୀତା କିଭଳି ଚାଲିଛି ତାହାକୁ ପରଖିବା ପାଇଁ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଜିଲାର ବିଭିନ୍ନ ଅଞ୍ଚଳ ଗସ୍ତ କରୁଛନ୍ତି । ରବିବାର ଜିଲାପାଳ ପ୍ରଧାନ ବରପାଲି ବ୍ଲକ ଗସ୍ତରେ ଯାଇଥିଲେ । ସେଠାକାର ରାଶନ ବିତରଣ କେନ୍ଦ୍ର, ନିର୍ମାଣ ଶ୍ରମିକ ସହାୟତା ବଣ୍ଟନ କେନ୍ଦ୍ର, ପ୍ରବାସୀ ଶ୍ରମିକଙ୍କ ରନ୍ଧାଖାଦ୍ୟ ବିତରଣ ଆଦି ପରଖିଥିଲେ । ଜିଲାପାଳଙ୍କ ପରିଦର୍ଶନ କାଳରେ ସ୍ଥାନୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାହା ଖୋଜୁଛନ୍ତି ବନ୍ୟା ବିପନ୍ନ

ଭୁବନେଶ୍ୱର,୧ା୮ (ରବିନାରାୟଣ ଜେନା): ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ବଡ଼ ବିପର୍ଯ୍ୟୟ ସୃଷ୍ଟି କରିଛି। ଉତ୍ତରରୁ ପଶ୍ଚିମ ଏବଂ ଉପକୂଳ ଓଡ଼ିଶାରେ ବନ୍ୟା ଯୋଗୁ ୭ଲକ୍ଷରୁ ଊର୍ଦ୍ଧ୍ୱ…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

କାନପୁର ପ୍ରକଳ୍ପର କପର ଡ୍ୟାମ୍‌ ଭାଙ୍ଗିଲା: ତଳିଆ ଅଞ୍ଚଳକୁ ସତର୍କ ସୂଚନା

ଯୋଡ଼ା/ ଚମ୍ପୁଆ, ୧ା୮(ମାନସ ମହାନ୍ତି/ମହେଶ୍ୱର ଦାସ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ କାନପୁର ପ୍ରକଳ୍ପର ଅସ୍ଥାୟୀ ମାଟିବନ୍ଧ ବା କପର ଡ୍ୟାମ୍‌ଟି ଲଗାଣ ବର୍ଷା ଫଳରେ…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri