କରୋନା ମୃତ୍ୟୁର ୫ ବଡ଼ କାରଣ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୮।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଜାରି ରହିଛି। ତେବେ ସଂକ୍ରମିତଙ୍କ ମୃତ୍ୟୁର ୫ ବଡ଼ କାରଣ ସମ୍ପର୍କରେ ଏବେ ପ୍ରକାଶ ପାଇଛି। ଆମେରିକାର ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ୍‌ ଆଣ୍ଡ୍‌ ପ୍ରିଭେଶନ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଅଧିକ ସମୟ ବାହାରେ ବିତାଉଥିବା ଲୋକଙ୍କୁ କରୋନା ସଂକ୍ରମଣ ହେବାର ଆଶଙ୍କା ଅଧିକ ରହିଥାଏ। ପୃଥିବୀରେ ବର୍ତ୍ତମାନ ସୁଦ୍ଧା ହୋଇଥିବା କରୋନା ମୃତକଙ୍କ ମଧ୍ୟରେ ୬୮ ପ୍ରତିଶତ ପୁରୁଷ ରହିଛନ୍ତି। କାରଣ ପୁରୁଷମାନେ ସାଧାରଣତଃ ଅଧିକ ସମୟ ବାହାରେ ବିତାଇଥାନ୍ତି ବୋଲି ରିପୋର୍ଟରେ ପ୍ରକାଶ ପାଇଛି। ସେହିପରି ବୟସ୍କଙ୍କ ମୃତ୍ୟୁ ମଧ୍ୟ କରୋନ ସଂକ୍ରମଣ ଯୋଗୁ ଅଧିକ ହୋଇଛି। ୫୫ ପ୍ରତିଶତ ବୟସ୍କଙ୍କର ସଂକ୍ରମଣରେ ମୃତ୍ୟୁ ହୋଇଛି। ବୟସ ବଢ଼ିବା ସହିତ ବିଭିନ୍ନ ଶାରୀରିକ ସମସ୍ୟା ଦେଖାଦେଇଥାଏ। ବୟସ୍କଙ୍କ କ୍ଷେତ୍ରରେ ନିଶ୍ୱାସପ୍ରଶ୍ୱାସ ସମସ୍ୟା ମଧ୍ୟ ସାଧାରଣତଃ ଅଧିକ ଦେଖାଦେଇଥାଏ। ସେହିପରି ଲିଭର-କିଡ୍‌ନୀ ଆଦି ସମସ୍ୟା ଭୋଗୁଥିବା କରୋନା ସଂକ୍ରମିତଙ୍କ ମୃତ୍ୟୁ ଅଧିକ ଘଟିଥିବା ଲଣ୍ଡନର ଇମ୍ପାରିୟଲ କଲେଜର ଶ୍ୱାସ ବିଭାଗ ପ୍ରଫେସର ଡ. ଫେନ୍‌ ଚୁଙ୍ଗ୍‌ ସୂଚନା ଦେଇଛନ୍ତି। ସେହିପରି ମେଦବହୁଳତା ଥିବା କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ଅଧିକ ରହିଛି। ଏଭଳି ମୃତକଙ୍କ ସଂଖ୍ୟା ବ୍ରିଟେନ୍‌ରେ ଅଧିକ ରହିଛି। ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିବା ସଂକ୍ରମିତଙ୍କ କ୍ଷେତ୍ରରେ ମୃତ୍ୟୁ ସଂଖ୍ୟା ମଧ୍ୟ ବେଶି ରହିଛି ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ଦ୍ୱିଗୁଣ ହେଲା ବୁକର୍‌ ବିଜେତାଙ୍କ ପୁରସ୍କାର ରାଶି

ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍‌ମ୍ୟାନ ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri