କରୋନା ଯୋଗୁ ୮୦ ବର୍ଷୀୟା ମା’ଙ୍କୁ ଘରେ ପୂରାଇ ଦେଲେନିି ପୁଅ

ହାଇଦ୍ରାବାଦ, ୩୧।୫: ତାମିଲନାଡୁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କରୋନା ଯୋଗୁ ୮୦ ବର୍ଷୀୟା ମା’ଙ୍କୁ ଘରେ ପୂରାଇ ଦେଇନାହାନ୍ତି ପୁଅ-ବୋହୂ। ତେଲେଙ୍ଗାନାର କରିମନଗର ଅଞ୍ଚଳରେ ଏଭଳି ଘଟଣା ଘଟିଛି। ଏଠାରେ ଜଣେ ୮୦ ବର୍ଷୀୟା ମହିଳା ଲକ୍‌ଡାଉନ୍‌ ପୂର୍ବରୁ ମହାରାଷ୍ଟ୍ରର ଶୋଲାପୁର ଅଞ୍ଚଳରେ ଥିବା ଜଣେ ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯାଇଥିଲେ। ଦେଶରେ ଲକ୍‌ଡାଉନ୍‌ ଲାଗୁ ହେବା ପରେ ସେ ଆଉ ଆସିପାରି ନ ଥିଲେ। ଏବେ ଲକ୍‌ଡାଉନ୍‌ କିଛିଟା ଢିଲା ହେବା ପରେ ସେ କରିମନଗର ଫେରିଥିଲେ। ମହାରାଷ୍ଟ୍ର କରୋନା ସ୍ଥିତି ଜଟିଳ ହୋଇଥିବାରୁ ତାଙ୍କ ପୁଅ-ବୋହୂ କରୋନା ଡରରେ ତାଙ୍କୁ ଆଉ ଘରେ ପୂରାଇ ଦେଇ ନ ଥିଲେ। ବୃଦ୍ଧା ଜଣଙ୍କ ତାଙ୍କୁ ଯେତେ ବୁଝାଇବାକୁ ଚେଷ୍ଟା କଲେ ମଧ୍ୟ ସେମାନେ ବୁଝି ନ ଥିଲେ। ଓଲ୍‌ଟା ଘରେ ତାଲା ପକାଇ ଦେଇଥିଲେ। ଫଳରେ ବୃଦ୍ଧା ଜଣଙ୍କ ରାସ୍ତା କଡରେ ବସି ରହିଥିଲେ। ପଡୋଶୀମାନେ ପୁଅକୁ ଅନେକ ବୁଝାଇବା ପରେ ସେମାନେ ମା’ଙ୍କୁ ଘରେ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

କିଏ ହେବେ ଦେଶର ନୂଆ ଶିକ୍ଷାମନ୍ତ୍ରୀ? ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୋଦୀ କ୍ୟାବିନେରେ ହଲଚଲ, ସାମ୍ନାକୁ ଆସିଲା ବଡ଼ ନାଁ!

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ ଚର୍ଚ୍ଚା ହେଉଛି ଯେ ଦେଶର ପରବର୍ତ୍ତୀ ଶିକ୍ଷାମନ୍ତ୍ରୀ କିଏ ହେବେ। ମୋଦୀ କ୍ୟାବିନେଟ୍‌ରେ କେତେକ ନାମକୁ ନେଇ ବିଚାର-ବିମର୍ଶ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

କୁଲାଡ ରଥଯାତ୍ରା: ତିନି ଠାକୁରଙ୍କ ସୁନାବେଶ: ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ଼ସ୍ଥିତ ଭଞ୍ଜ ରାଜବଂଶ ପକ୍ଷରୁ ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିର ଏକ ଇତିହାସ ପ୍ରସିଦ୍ଧ ଧାର୍ମିକ…

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ

ପୁରୀ,୨୫ା୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ତିନିରଥରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଆରମ୍ଭ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ…

ଯୌତୁକ ପାଇଁ ସ୍ତ୍ରୀ ଙ୍କୁ ହତ୍ୟା ଉଦ୍ୟମ, ମୁହଁରେ ତକିଆ ଚାପିଥିବା ଅଭିଯୋଗ : ସ୍ବାମୀ ଗଲେ ଜେଲ                                        

ଦିଗପହଣ୍ଡି,୨୫|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଖଜୁରୀପଲ୍ଲୀ ଗ୍ରାମର ପୁଷ୍ପା ସେଠୀ(୨୭) ଙ୍କୁ ଅଧିକା ଯୌତୁକ ପାଇଁ ଶାରୀରିକ ଓ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri