କରୋନା ଯୋଦ୍ଧାଙ୍କୁ ଅସମ୍ମାନ: ସଂକ୍ରମିତ ଡାକ୍ତରଙ୍କ ମୃତଦେହକୁ କବର ଦେବାକୁ ବିରୋଧ କଲେ ଲୋକେ

ଚେନ୍ନାଇ,୨୧।୪: ସାରା ବିଶ୍ୱ ଏବେ ଲଢୁଛି ଅଦୃଶ୍ୟ ଯୁଦ୍ଧରେ। ଆଉ ଏହାର ଯୋଦ୍ଧା ସାଜିଛନ୍ତି ଦ୍ୱିତୀୟ ଈଶ୍ୱର କୁହାଯାଉଥିବା ଡାକ୍ତର। ହେଲେ ଯେତେବେଳେ ଏହି ଯୋଦ୍ଧାଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ହେଉଛି ସେତେବେଳେ ମଣିଷ ପାଖରେ ମରିଯାଉଛି ମାନବିକତା। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଚେନ୍ନାଇରେ। ସେଠାରେ ଜଣେ ୫୫ ବର୍ଷୀୟ ଡାକ୍ତରଙ୍କର ମୃତ୍ୟୁକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। ଚେନ୍ନାଇର ଡାକ୍ତର ସିମୋନ ହର୍କୁଲେସ କରୋନା ସଂକ୍ରମିତଙ୍କ ଚିକିତ୍ସା କରିବା ପରେ ସେ ନିଜେ ଏଥିରେ ସଂକ୍ରମିତ ହୋଇଥିଲେ। ଡାକ୍ତର କରୋନାରେ ପୀଡ଼ିତ ହେବା ପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ତାଙ୍କର ମୃତ୍ୟୁହେବା ପରେ ପରିବାର ଲୋକେ ଓ ସାଥି ଡାକ୍ତର ତାଙ୍କ ମୃତ ଶରୀରକୁ କବର ଦେବାକୁ ନେବା ସମୟରେ ଡାକ୍ତର ରହୁଥିବା କଲୋନିର ଲୋକେ ଏହାକୁ ବିରୋଧ କରିବା ସହ ଡାକ୍ତର ସିମୋନଙ୍କ ମୃତଦେହକୁ ନେଇ ଯାଉଥିବା ଆମ୍ବୁଲାନ୍ସ ଉପରକୁ ପଥରମାଡ କରିଥିଲେ। ଫଳରେ ଆମ୍ବୁଲାନ୍ସ ଡ୍ରାଇଭର ଆହତ ମଧ୍ୟ ହୋଇଥିଲେ। ଫଳରେ ତାଙ୍କୁ କବର ଦେବାକୁ ପରିବାର ଲୋକେ କିଛି ସମୟ ଏଣେ ତେଣେ ବୁଲିଥିଲେ। ଏହାପରେ ମୃତ ଡାକ୍ତରଙ୍କ ପରିବାର ଲୋକେ ପୋଲିସର ସହାୟତା ନେବାରୁ ରାତି ପ୍ରାୟ ୧ଟା ୩୦ ମିନିଟରେ ପୂର୍ବ ନିର୍ଦ୍ଧାରିତ କବରସ୍ଥାନରେ ତାଙ୍କୁ କବର ଦିଆଯାଇଥିବା ସୂଚନା ମିଳିଛି। ଏହି ମାମଲାରେ ପୋଲିସ ୨୦ ଜଣଙ୍କୁ ଗିରଫ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri