କରୋନା ଯୋଦ୍ଧାଙ୍କୁ ଆକ୍ରମଣ ପଡ଼ିବ ମହଙ୍ଗା: ୭ ବର୍ଷ ଜେଲ୍‌, ୫ଲକ୍ଷ ଜରିମାନା

ଲକ୍ଷ୍ନୌ,୬।୫: କରୋନା ଯୋଦ୍ଧାଙ୍କ ସୁରକ୍ଷାକୁ ନେଇ ଉତ୍ତରପ୍ରଦେଶ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଉତ୍ତରପ୍ରଦେଶ ଜନସ୍ବାସ୍ଥ୍ୟ ଏବଂ ମହାମାରୀ ରୋଗ ନିୟନ୍ତ୍ରଣ ଅଧ୍ୟାଦେଶ-୨୦୨୦କୁ ମଞ୍ଜୁରି ପ୍ରଦାନ କରାଯାଇଛି। ଏହି ନୂଆ ଆଇନ ଅନୁସାରେ କରୋନା ଲଢ଼େଇରେ ପ୍ରଶାସନ ପକ୍ଷରୁ ମୁତୟନ ହୋଇଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସକର୍ମୀ ଓ ସଫେଇ କର୍ମଚାରୀଙ୍କ ସହ କେହି ଦୁର୍ବବ୍ୟହାର କିମ୍ବା ଆକ୍ରମଣ କଲେ ସେମାନଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ଘଟଣାରେ ଅଭିଯୁକ୍ତଙ୍କୁ ୭ବର୍ଷର ଜେଲ୍‌ଦଣ୍ଡ ଓ ୫୦ ହଜାରରୁ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ। ଏଥିସହ ରାଜ୍ୟ ତଥା ଜିଲା ସ୍ତରରେ ମହାମାରୀ ନିୟନ୍ତ୍ରଣ ପ୍ରାଧିକରଣ ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ସ୍ତରରେ ମୁଖ୍ୟ ଶାସନ ସଚିବ ଓ ଜିଲାରେ ଜିଲା ମାଜିଷ୍ଟ୍ରେଟ ପ୍ରାଧିକରଣର ଅଧ୍ୟକ୍ଷ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri