କରୋନା ଯୋଦ୍ଧା ସମ୍ମାନିତ

ଯୋଡା,୧୩ା୫(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଯୋଡାଠାରେ କରୋନା ମହାମାରୀ ସମୟରେ ଯୋଦ୍ଧା ରୂପେ ଜନସାଧାରଣଙ୍କୁ ସେବା ଯୋଗାଉଥିବା ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ, ପୋଲିସ ଓ ସଫେଇ କର୍ମଚାରୀଙ୍କୁ ମଙ୍ଗଳବାର ସେନଟ ଜୋହନ ଆମ୍ବୁଲାନ୍ସ ଓ ଟାଟାଷ୍ଟିଲ ଯୋଡା ବ୍ରିଗେଡ୍‌ ପକ୍ଷରୁ ସମ୍ମାନିତ କରାଯାଇଛି। କମାରଯୋଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଯୋଡା କେନ୍ଦ୍ରୀୟ ଚିକିସତ୍ାଳୟ, ସମସ୍ତ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ ଓ ସଫେଇ କର୍ମଚାରୀ ଏବଂ ଯୋଡା ଥାନାରେ କାର୍ଯ୍ୟରତ ସମସ୍ତ ପୋଲିସ ଅଧିକାରୀ, କର୍ମଚାରୀମାନଙ୍କୁ ସେନଟ ଜୋହନ ଆମ୍ବୁଲାନ୍ସ ପକ୍ଷରୁ ଉତ୍ତରୀୟ ସହ ସାନିଟାଇଜର ଓ ମାସ୍କ ପ୍ରଦାନ କରାଯାଇ ସମ୍ମାନିତ କରାଯାଇଥିଲା ା ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ସେନଟ ଜୋହନ ଆମ୍ବୁଲାନ୍ସର ସମ୍ପାଦକ ସନତ କୁମାର ପଟ୍ଟନାୟକ, ଟାଟାଷ୍ଟିଲ ଯୋଡା ମୁଖ୍ୟ ରାଜେଶ କୁମାର, ଟାଟାଷ୍ଟିଲ ଫେରୋଆଲଏଜ୍‌ ପ୍ଲାଣ୍ଟର ମୁଖ୍ୟ ଗଣେଶ ପ୍ରସାଦ ସାହୁ ଉପସ୍ଥିତ ରହି ଏହି ଯୋଦ୍ଧାମାନଙ୍କୁ ସମ୍ମାନିତ କରିଥିଲେ ା କାର୍ଯ୍ୟକ୍ରମରେ ଯୋଡା ବ୍ରିଗେଡ୍‌ର ଡିଭିଜନାଲ କମାଣ୍ଡର ପି. ଭେଙ୍କେଟେରାଓ,ସୁପିଲ କୁମାର ସାମଲ, ଆମ୍ବୁଲାନ୍ସ ଅଫିସର ସଞ୍ଜୟ ମହାନ୍ତି, ସରୋଜକାନ୍ତ ସାହୁ ଓ ସମାଜିକକର୍ମୀ ସରୋଜ କୁମାର ସାହୁଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri