କରୋନା ଯୋଦ୍ଧା ସମ୍ମାନିତ

ହାଟଡିହୀ, ୨୯ା୪(ଡ଼ି.ଏନ.ଏ.)-ବର୍ତ୍ତମାନ ପରିସ୍ଥିତିରେ ଦିନ ରାତି ଏକାଠି କରି କାମ କରୁଥିବା କରୋନା ଯୋଦ୍ଧାଙ୍କୁ କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଆଲୋକ ସେଠୀ ସମ୍ମାନିତ କରିଛନ୍ତି। ସେ ହାଟଡିହୀ ଅଙ୍ଗନଓ୍ବାଡି କର୍ମୀ ଓ ଆଶାକର୍ମୀଙ୍କୁ ପ୍ରଶସ୍ତିପତ୍ର ଦେବା ସହ ସେମାନଙ୍କ ସୁରକ୍ଷା ପାଇଁ ଛତା ଏବଂ ହ୍ୟାଣ୍ଡ ସାନିଟାଇଜର ପ୍ରଦାନ କରିଥିଲେ। ବଂଚୋ ପଞ୍ଚାୟତର ସମସ୍ତ ଅଙ୍ଗନଓ୍ବାଡି କର୍ମୀ ଓ ହାଟଡିହୀର ଆଶା କର୍ମୀ ରାମମଣି ମହାନ୍ତି, ଅଙ୍ଗନଓ୍ବାଡି କର୍ମୀ ସୁକାନ୍ତି ବେହେରା ଓ ସୀତା ମଣ୍ଡଳଙ୍କୁ ଛତା, ହ୍ୟାଣ୍ଡ ସାନିଟାଇଜର ଦେବା ସହ ପ୍ରଶସ୍ତିପତ୍ର ପ୍ରଦାନ କରି ସେମାନଙ୍କୁ ସମ୍ମାନିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri