କରୋନା ‘ରାଜ୍ୟ ବିପର୍ଯ୍ୟୟ’: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ବଢ଼ି ଚାଲିଥିବା ବେଳେ ଭାରତରେ ଜଣଙ୍କର ମୃତ୍ୟୁ ଘଟିଛି। ଏହି ରୋଗକୁ ନେଇ ସମସ୍ତଙ୍କୁ ସତର୍କ ରହିବା ଲାଗି ପରାମର୍ଶ ଦିଆଯାଉଛି। ଏହି କ୍ରମରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ କରୋନା ମୁକାବିଲାକୁ ନେଇ ବିବୃତି ରଖି ଏହାକୁ ‘ରାଜ୍ୟ ବିପର୍ଯ୍ୟୟ’ ଭାବେ ଘୋଷଣା କରାଯାଇଛି। ବିପର୍ଯ୍ୟୟ ପ୍ରଶମନ ଆଇନ ୨୦୦୫ ଅନୁସାରେ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରାଯାଇଥିବା ସେ କହିଛନ୍ତି।

ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ୨୦୦ କୋଟି ଟଙ୍କାର ପାଣ୍ଠି ରଖିଛନ୍ତି। ଏଥିଲାଗି ଆବଶ୍ୟକ ଔଷଧ, ସରଞ୍ଜାମ ମହଜୁଦ ରଖିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମୁକାବିଲା ପାଇଁ ମନ୍ତ୍ରୀସ୍ତରୀୟ ଓ ସଚିବସ୍ତରୀୟ କମିଟି ଗଠନ ହେବ। ମିଶନ ମୋଡରେ କରୋନା ମୁକାବିଲା କରାଯିବ। ସମସ୍ତେ ମୁକାବିଲା ପାଇଁ ପ୍ରସ୍ତୁତ ରହିବା, ଭୟଭୀତ ହେବା ନାହିଁ। ବାହାରେ ପାନଛେପ ପକାନ୍ତୁ ନାହିଁ। ଘରେ ରହିବା ସହ ଯଥାସମ୍ଭବ ଗହଳିସ୍ଥାନରୁ ଦୂରେଇ ରୁହନ୍ତୁ। ଆବଶ୍ୟକ ମୁତାବକ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri