କରୋନା ରୋକିବା ଲାଗି ସରପଞ୍ଚଙ୍କ ଶପଥ ପାଠ

ଭଣ୍ଡାରିପୋଖରୀ,୧୪ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ପଞ୍ଚାୟତର ସରପଞ୍ଚ ସଂଗୀତା ଖଣ୍ଡେଇଙ୍କ ତତ୍ତ୍ୱାବଧାନରେ କରୋନା ମହାମାରୀ ପରିପ୍ରେକ୍ଷୀରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କୁଲଣାସ୍ଥିତ କ୍ୱାରାଣ୍ଟାଇନ୍‌ ଶିବିରରେ ଥିବା ପ୍ରବାସୀମାନଙ୍କ ପାଇଁ ଅଙ୍ଗନଓ୍ବାଡ଼ି, ଆଶା କର୍ମୀ,ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ସିଆରସିସି,ନୋଡାଲ ଅଧିକାରୀମାନେ କାର୍ଯ୍ୟରେ ଲାଗିଛନ୍ତି। ପ୍ରାରମ୍ଭରେ ସରପଞ୍ଚ ଖଣ୍ଡେଇ ସମସ୍ତ କର୍ମଚାରୀଙ୍କୁ ନିଷ୍ଠାର ସହ କାମ କରୁଥିବାରୁ ପ୍ରଶଂସା ସହ ସାଧୁବାଦ ଜଣାଇଥିଲେ। ପଞ୍ଚାୟତରେ ମହାମାରୀ କରୋନା ରୋକିବା ପାଇଁ ଦିଆଯାଇଥିବା ଦାୟିତ୍ୱ ନିଷ୍ଠାର ସହ ପାଳନ କରିବା ବାର୍ତ୍ତା ନେଇ ସରପଞ୍ଚ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ। ଶପଥ ପାଠ ଉତ୍ସବରେ ମନୋଜ ମିଶ୍ର, ଅଜିତ ବେହେରା, ଜୟ ପ୍ରକାଶ ସାହୁ, ଯଶୋବନ୍ତ ସେନାପତି, ସିଆରସିସି, ଶିକ୍ଷକ,ଅଙ୍ଗନଓ୍ବାଡି, ଆଶା କର୍ମୀ୍‌ମାନଙ୍କୁ ସରପଞ୍ଚ ଶପଥ ପାଠ କରାଇଥିଲେ। କାର୍ଯ୍ୟକ୍ରମକୁ ରାଜେନ୍ଦ୍ର ଖଣ୍ଡେଇ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri