Posted inଜାତୀୟ

କରୋନା ରୋଗୀଙ୍କ ଅନ୍ତିମ ସଂସ୍କାରକୁ ନେଇ ପ୍ରତିବାଦ, ଅର୍ଦ୍ଧଦଗ୍ଧ ମୃତଦେହ ନେଇ ପଳାଇଲେ ପରିବାର ଲୋକେ

ଶ୍ରୀନଗର,୩।୬: କରୋନା ସଂକ୍ରମଣକୁ ନେଇ ଲୋକେ ଏତେ ମାତ୍ରାରେ ଭୟଭୀତ ଅଛନ୍ତି ଯେ, ପୀଡିତ ଲୋକଙ୍କଠାରୁ ଦୂରେଇ ରହିବା ସହ ସାର୍ବଜନୀନ ଶ୍ମଶାନରେ ମୃତ କରୋନା ରୋଗୀଙ୍କ ଅନ୍ତିମ ସଂସ୍କାରକୁ ମଧ୍ୟ ବିରୋଧ କରୁଛନ୍ତି। ଜମ୍ମୁକଶ୍ମୀରର ଡୋଡାରେ ଏଭଳି ଏକ ଘଟଣା ଘଟିଛି। ଏଠାରେ କରୋନା ଯୋଗୁ ଜଣେ ବୃଦ୍ଧଙ୍କ ମୃତ୍ୟୁ ହେବାରୁ ତାଙ୍କ ଅନ୍ତିମ ସଂସ୍କରକୁ ନେଇ ବିରୋଧ କରିଥିଲେ ସ୍ଥାନୀୟ ଲୋକେ। ପରିସ୍ଥିତି ଏପରି ହୋଇଥିଲା ଯେ, ମୃତକଙ୍କ ପରିବାର ଲୋକେ ଅର୍ଦ୍ଧଦଗ୍ଧ ମୃତଦେହ ଶ୍ମଶାନରୁ ନେଇ ପଳାଇଥିଲେ। ସୂଚନାଯୋଗ୍ୟ, କରୋନାରେ ୭୨ବର୍ଷୀୟ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ପରେ ତାଙ୍କ ପରିବାର ଲୋକେ ଅନ୍ତିମ ସଂସ୍କାର ପାଇଁ ଡୋଡାର ଦାମାନରେ ପହଞ୍ଚିଥିଲେ। ପ୍ରଶାସନ ଅଧିକାରୀ ମଧ୍ୟ ସେମାନଙ୍କ ସହ ଯାଇଥିଲେ। କିନ୍ତୁ ସ୍ଥାନୀୟ ଲୋକେ ଏହାର ବିରୋଧ କରିଥିଲେ। ବିରୋଧ ଏତେ ମାତ୍ରାରେ ବଢି ଯାଇଥିଲା ଯେ,ବାଧ୍ୟ ହୋଇ ପରିବାର ଲୋକେ ଅର୍ଦ୍ଧଦଗ୍ଧ ମୃତଦେହକୁ ଧରି ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri