କରୋନା ରୋଗୀଙ୍କ ଉପରେ ହେବ ସେପ୍ସିସ୍‌ ଔଷଧର ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ସେପ୍ସିସ୍‌ ରୋଗର ଚିକିତ୍ସା ପାଇଁ ବ୍ୟବହୃତ ଔଷଧକୁ ଗୁରୁତର କୋଭିଡ୍‌-୧୯ ରୋଗୀଙ୍କଠାରେ ପରୀକ୍ଷାମୂଳକ ଭାବେ ପ୍ରୟୋଗ କରିବା ଲାଗି ନିଷ୍ପତ୍ତି ହୋଇଛି। ଦେଶର ତିନୋଟି ପ୍ରମୁଖ ହସ୍ପିଟାଲ ଦିଲ୍ଲୀ ଏମ୍ସ, ଭୋପାଳ ଏମ୍ସ ଏବଂ ଚଣ୍ଡିଗଡ଼ର ପିଜିଆଇଏମ୍‌ଇଆର୍‌ରେ ଏହି ଔଷଧର ପରୀକ୍ଷା କରାଯିବ। ଉପରୋକ୍ତ ୩ ହସ୍ପିଟାଲରେ ୫୦ ଜଣ ଗୁରୁତର କରୋନା ରୋଗୀ ଇଣ୍ଟେନ୍‌ସିଭ୍‌ କେୟାର ୟୁନିଟ୍‌ରେ ରହିଛନ୍ତି। ସେମାନଙ୍କୁ ସେପ୍ସିଭାକ୍‌ର ସାମାନ୍ୟ ଡୋଜ୍‌ (୦.୩ ଏମ୍‌ଏଲ୍‌) ଇଣ୍ଟର-ଡର୍ମାଲ ଇଞ୍ଜେକ୍‌ଶନ ଭାବେ ଦିଆଯିବ। ଏହା ଗୁରୁତର କରୋନା ରୋଗୀଙ୍କ ମୃତ୍ୟୁହାର କମାଇବା ସହ ସେମାନଙ୍କୁ ତୁରନ୍ତ ଭଲ କରିପାରିବ ବୋଲି ଆଶା କରାଯାଉଛି। ସେଥିପାଇଁ ସ୍ବାସ୍ଥ୍ୟସେବା ମହାନିର୍ଦ୍ଦେଶାଳୟ ଏବଂ କେନ୍ଦ୍ରୀୟ ଔଷଧ ମାନ ନିୟନ୍ତ୍ରଣ ସଂସ୍ଥା ଉପରୋକ୍ତ ହସ୍ପିଟାଲକୁ ଔଷଧର କ୍ଲିନିକାଲ ପରୀକ୍ଷା ପାଇଁ ବାଛିଛନ୍ତି। ୨୦୦୭ରେ କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌) ଏବଂ ଅହମଦାବାଦର ଔଷଧ କମ୍ପାନୀ କାଡିଲା ଫାର୍ମାସ୍ୟୁଟିକାଲ୍ସ ଲିଃ ମିଳିତ ଭାବେ ସେପ୍ସିଭାକ୍‌ ପ୍ରସ୍ତୁତ କରିଥିଲେ। ରକ୍ତ ସଂକ୍ରମଣ ଜନିତ ରୋଗ ସେପ୍ସିସ୍‌ ଚିକିତ୍ସା କ୍ଷେତ୍ରରେ ଏହା ଗେମ୍‌ ଚେଞ୍ଜର ସାବ୍ୟସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri