କରୋନା ଲକ୍ଷଣ ଲୁଚାଅନି, ଡାକ୍ତରଙ୍କ ପରାମର୍ଶ ନିଅ: ଜିଲାପାଳ

ଛତ୍ରପୁର,୪ା୬(ଡି.ଏନ୍‌.ଏ.)-କରୋନା ଲକ୍ଷଣ ଦେଖାଗଲେ ନ ଲୁଚାଇ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅ। ଏପରି କଲେ ପ୍ରାଣଘାତୀ ଭୂତାଣୁକୁ ହରାଇ ହେବ। ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ଏହା କହିଛନ୍ତି। ଏଥିସହ ଜନଗହଳି ସ୍ଥାନକୁ ନ ଯିବା, ଅନ୍ୟ ସଂସ୍ପର୍ଶରେ ନ ଆସିବା ଓ ଅନ୍ୟଠାରୁ ଦୂରତା ରକ୍ଷା କରିବା ସର୍ବଦା ମାସ୍କ ପିନ୍ଧିବା ସହ କୋଭିଡ୍‌ ନେଇ ଜାରି ଗାଇଡଲାଇନ୍‌ ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଘରେ ରୁହ ଏବଂ ସୁରକ୍ଷିତ ରୁହ ବୋଲି ଜିଲାପାଳ କହିଛନ୍ତି।
ଜିଲାରେ ଗୁରୁବାର ଆଉ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୨୧ରେ ପହଞ୍ଚିଛି। ଅନ୍ୟପକ୍ଷରେ ଜିଲାରେ ଗୁରୁବାର ୧୪ ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ୩୫୪ ଜଣ ସୁସ୍ଥ ହୋଇଥିବା ବେଳେ ୧୬୪ ସକ୍ରିୟ ପଜିଟିଭ ଥିବା ସୂଚନା ମିଳିଛି । ସେପଟେ କରୋନା ମୁକାବିଲା ପାଇଁ ପଞ୍ଚାୟତସ୍ତରରେ ଆମ ସ୍ବାସ୍ଥ୍ୟ, ଆମ ଦାୟିତ୍ୱ ତାଲିମ ଆରମ୍ଭ ହୋଇଛି । ପୂର୍ବରୁ ଜିଲା ଓ ବ୍ଲକସ୍ତରରେ ଏହି ତାଲିମ ଦିଆଯାଇଛି । ମାଷ୍ଟର ଟ୍ରେନରମାନେ ପଞ୍ଚାୟତ ସ୍ତରରେ କରୋନା କ’ଣ ଓ କିପରି ମୁକାବିଲା କରାଯିବ ସେ ସମ୍ପର୍କରେ ତାଲିମ ଦେଉଛନ୍ତି । ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ମହିଳା ସଂଘ ସଦସ୍ୟା ଓ ସ୍ବେଚ୍ଛାସେବୀଙ୍କୁ ଏହି ତାଲିମ ଦିଆଯିବ। ସେମାନେ ଜନସାଧାରଣଙ୍କୁ ଏ ସମ୍ପର୍କରେ ସଚେତନ କରିବେ ବୋଲି ଜିଲାପାଳ ଟୁଇଟ କରି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri