କରୋନା ଲକ୍ଷଣ ଲୁଚାଅନି, ଡାକ୍ତରଙ୍କ ପରାମର୍ଶ ନିଅ: ଜିଲାପାଳ

ଛତ୍ରପୁର,୪ା୬(ଡି.ଏନ୍‌.ଏ.)-କରୋନା ଲକ୍ଷଣ ଦେଖାଗଲେ ନ ଲୁଚାଇ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅ। ଏପରି କଲେ ପ୍ରାଣଘାତୀ ଭୂତାଣୁକୁ ହରାଇ ହେବ। ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ଏହା କହିଛନ୍ତି। ଏଥିସହ ଜନଗହଳି ସ୍ଥାନକୁ ନ ଯିବା, ଅନ୍ୟ ସଂସ୍ପର୍ଶରେ ନ ଆସିବା ଓ ଅନ୍ୟଠାରୁ ଦୂରତା ରକ୍ଷା କରିବା ସର୍ବଦା ମାସ୍କ ପିନ୍ଧିବା ସହ କୋଭିଡ୍‌ ନେଇ ଜାରି ଗାଇଡଲାଇନ୍‌ ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଘରେ ରୁହ ଏବଂ ସୁରକ୍ଷିତ ରୁହ ବୋଲି ଜିଲାପାଳ କହିଛନ୍ତି।
ଜିଲାରେ ଗୁରୁବାର ଆଉ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୨୧ରେ ପହଞ୍ଚିଛି। ଅନ୍ୟପକ୍ଷରେ ଜିଲାରେ ଗୁରୁବାର ୧୪ ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ୩୫୪ ଜଣ ସୁସ୍ଥ ହୋଇଥିବା ବେଳେ ୧୬୪ ସକ୍ରିୟ ପଜିଟିଭ ଥିବା ସୂଚନା ମିଳିଛି । ସେପଟେ କରୋନା ମୁକାବିଲା ପାଇଁ ପଞ୍ଚାୟତସ୍ତରରେ ଆମ ସ୍ବାସ୍ଥ୍ୟ, ଆମ ଦାୟିତ୍ୱ ତାଲିମ ଆରମ୍ଭ ହୋଇଛି । ପୂର୍ବରୁ ଜିଲା ଓ ବ୍ଲକସ୍ତରରେ ଏହି ତାଲିମ ଦିଆଯାଇଛି । ମାଷ୍ଟର ଟ୍ରେନରମାନେ ପଞ୍ଚାୟତ ସ୍ତରରେ କରୋନା କ’ଣ ଓ କିପରି ମୁକାବିଲା କରାଯିବ ସେ ସମ୍ପର୍କରେ ତାଲିମ ଦେଉଛନ୍ତି । ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ମହିଳା ସଂଘ ସଦସ୍ୟା ଓ ସ୍ବେଚ୍ଛାସେବୀଙ୍କୁ ଏହି ତାଲିମ ଦିଆଯିବ। ସେମାନେ ଜନସାଧାରଣଙ୍କୁ ଏ ସମ୍ପର୍କରେ ସଚେତନ କରିବେ ବୋଲି ଜିଲାପାଳ ଟୁଇଟ କରି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?