କରୋନା ଲଢ଼େଇରେ ମୋନାଲିସା

ଢେଙ୍କାନାଳ ଅଫିସ, ୩୦।୪ – କରୋନା ଲଢ଼େଇରେ ସାମିଲ ହୋଇଛନ୍ତି ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ଏସ୍‌ବିଆଇ ଶାଖା ମହୁଲଖୋଲି ଗ୍ରାହକ ସେବା କେନ୍ଦ୍ରର ସ୍ବତ୍ତ୍ୱାଧିକାରିଣୀ ମୋନାଲିସା ରାଉତ। ତାଙ୍କ ବଳିଷ୍ଠ ପଦକ୍ଷେପ ଯୋଗୁ ଅଞ୍ଚଳବାସୀ କରୋନାକୁ ନେଇ ସଚେତନ ହେଉଛନ୍ତି। ଏହାର ପ୍ରଭାବରେ ବୁଧବାର ଗ୍ରାହକ ସେବାକେନ୍ଦ୍ରକୁ ଆସୁଥିବା ଲୋକମାନେ ସରକାରଙ୍କ କୋଭିଡ୍‌-୧୯ ସମ୍ପର୍କିତ ନିର୍ଦ୍ଦେଶାବଳୀ ପାଳନ କରୁଥିବା ଦେଖିବାକୁ ମିଳିଥିଲା। ବ୍ୟାଙ୍କ ଏବଂ ଗ୍ରାହକ ସେବା କେନ୍ଦ୍ର ଜରିଆରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ମହିଳା ହିତାଧିକାରୀଙ୍କୁ ଅର୍ଥ ପ୍ରଦାନ କରାଯାଉଛି। ଏଥି ଲାଗି ବହୁ ଗ୍ରାହକ ସେବାକେନ୍ଦ୍ରକୁ ଆସୁଛନ୍ତି। ତେବେ ଗହଳି ଯୋଗୁ ସଂକ୍ରମଣ ଆଶଙ୍କା ଥିବାରୁ ମୋନାଲିସା ସମସ୍ତଙ୍କୁ ସଚେତନ କରାଉଛନ୍ତି। ନଗଦ ନେଣଦେଣ ପୂର୍ବରୁ ଏବଂ ପରେ ହାତକୁ ଭଲଭାବେ ଧୋଇବା, ବାହାରକୁ ବାହାରିଲେ ମାସ୍କ ବ୍ୟବହାର କରିବା, ଗ୍ରାହକ ସେବା କେନ୍ଦ୍ରରେ ସାମାଜିକ ଦୂରତା ଅବଲମ୍ବନ କରିବା ଉପରେ ସେ ଗୁରୁତ୍ୱ ଦେଉଛନ୍ତି। ଏଥିସହ ହିତାଧିକାରୀଙ୍କୁ ମାସ୍କ ଏବଂ ସାବୁନ ବଣ୍ଟନ କରୁଛନ୍ତି। ଗରିବ, ଅସହାୟଙ୍କୁ ଶୁଖିଲା ଖାଦ୍ୟ ଏବଂ ରାଶନ ଯୋଗାଇ ଦେଉଛନ୍ତି। କରୋନା ମହାମାରୀ ସମୟରେ ମୋନାଲିସାଙ୍କ ଏପରି ଉଦ୍ୟମକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

ସରିଥିଲା ନିର୍ବନ୍ଧ ହୋଇଥାନ୍ତା ବାହାଘର: ହେଲେ ଜନ୍ମଦିନରେ ଜଳିଲା ଜୁଇ

ଟିକିରି,୧୪।୪ (ପ୍ରଫୁଲ୍ଲ କୁମାର ବେହେରା): ସୋମବାର ପାଳନ କରିଥାନ୍ତେ ୨୮ ତମ ଜନ୍ମଦିନ। ହେଲେ ବିଧିର ବିଧାନ କିଛି ଥିଲା ଅଲଗା । ଜନ୍ମଦିନ ପାଳନ କରିବା…

କୌଳିକ ବୃତ୍ତିରୁ ମୁହଁ ଫେରେଇଲେଣି ବାଉଁଶ କାରିଗର: ପହଞ୍ଚୁନି ସରକାରୀ ପ୍ରୋତ୍ସାହନ

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ ):ଅତ୍ୟାଧୁନିକ ଯୁଗ ତଥା ଆଜିର ବିଜ୍ଞାନ ଯୁଗରେ ହାତ ତିଆରି ଜିନିଷ ଅଲୋଡ଼ା ହୋଇ ପଡୁଛି । ପ୍ଲାଷ୍ଟିକର ବହୁଳ ବ୍ୟବହାର ଏବଂ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri