କରୋନା ସଂକ୍ରମଣକୁ ନେଇ ତଥ୍ୟ ଲୁଚାଉଛି ପାକିସ୍ତାନ !

ଇସ୍‌ଲାମାବାଦ,୧୮।୪: କରୋନା ଭାଇରସ ଏବେ ସାରା ବିଶ୍ୱର ମେରୁଦଣ୍ଡକୁ ଏକ ପ୍ରକାର ଦୋହଲାଇ ଦେଇଥିବା ବେଳେ ପାକିସ୍ତାନ ବି ଏଥିରୁ ବାଦ୍‌ ପଡିନାହିଁ। ପାକିସ୍ତାନରେ କରୋନା ମୁକାବିଲା କରିବାକୁ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଖରେ ବ୍ୟକ୍ତିଗତ ସୁରକ୍ଷା ଉପକରଣ(ପିପିଇ), ମାସ୍କ ଓ ଅନ୍ୟାନ୍ୟ ଉପକରଣ କମ୍‌ ଥିବା ବେଳେ ସେଠାରେ କିନ୍ତୁ କରୋନା ସଂକ୍ରମିତଙ୍କ ସଂଖ୍ୟା ଭାରତଠାରୁ କମ୍‌ ଥିବା ସମସ୍ତଙ୍କୁ ଦ୍ୱନ୍ଦ୍ୱରେ ପକାଇ ଦେଇଛି। ପାକିସ୍ତାନରେ ବର୍ତ୍ତମାନ ସୁଦ୍ଧା ପାଖାପାଖି ୭,୪୦୦ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ମାତ୍ର ୧୪୩ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ହେଲେ ପାକିସ୍ତାନର ଜନସଂଖ୍ୟାକୁ ଆଲୋଚନାକୁ ନେଲେ ଏହାକୁ ନେଇ ସନ୍ଦେହ ଜାତ ହେଉଛି। ଏହାପରେ କରାଚି ସହରରେ ଥିବା କବର ସ୍ଥାନରେ ଗତ ୪୯ ଦିନ ମଧ୍ୟରେ ପ୍ରାୟ ୩,୨୬୫ ମୃତଦେହକୁ କବର ଦିଆଯାଇଥିବା ଜଣାପଡିବା ପରେ ଏହା ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଦ ଟ୍ରିବ୍ୟୁନର ରିପୋର୍ଟ ଅନୁଯାୟୀ, କରାଚି ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ଏକ ରିପୋର୍ଟ ଅନୁଯାୟୀ ସେଠାରେ ଥିବା କବର ସ୍ଥାନରେ ୪୯ ଦିନ ମଧ୍ୟରେ ପ୍ରାୟ ୩,୨୬୫ ମୃତଦେହକୁ କବର ଦିଆଯାଇଛି। ଏହା ପୂର୍ବରୁ ମଧ୍ୟ ପାକିସ୍ତାନ ଗଣମାଧ୍ୟମରୁ ଜଣାପଡିଥିଲା କି କରାଚି ହସ୍ପିଟାଲରେ ବହୁ ସଂଖ୍ୟାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହେଉଛି। ହେଲେ ସାଧାରଣ ଲୋକଙ୍କଠାରୁ ପ୍ରଶାସନ ଏହାକୁ ଲୁଚାଇ ରଖିବାକୁ ଚେଷ୍ଟା କରୁଛି। ଏହାକୁ ନେଇ ଅଧିକାରୀଙ୍କ ସହ କଥା ହୋଇଥିଲେ ମଧ୍ୟ ସେ ଏସମ୍ପର୍କରେ କୌଣସି କଥା କହିବାକୁ ରାଜି ନ ଥିବା ଜଣାପଡିଛି। ଏଥିରୁ ଅନୁମାନ ଲଗାଯାଇଛି କି ପାକିସ୍ତାନ ସରକାର କରୋନା ସଂକ୍ରମିତ ଓ ମୃତକଙ୍କ ସମ୍ପର୍କରେ ଅନେକ ତଥ୍ୟ ଲୁଚାଇଛନ୍ତି। ଗୋଟିଏ ପଟେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ପାକିସ୍ତାନ ଏକ ଗରିବ ଦେଶ ଦର୍ଶାଇ ଲକ୍‌ଡାଉନ ଘୋଷଣା କରି ନ ଥିବା ବେଳେ ଏବେ ସେଠାରେ ଏତେ କମ୍‌ ପରିମାଣରେ କରୋନା ସଂକ୍ରମିତ ତଥ୍ୟ ଅନେକଙ୍କ ମନରେ ପ୍ରଶ୍ନ ସୃଷ୍ଟି କରିଛି ବୋଲି ଆଲୋଚନା ହେଉଛି। କୁହାଯାଉଛି ପାକିସ୍ତାନ କରୋନା ସଂକ୍ରମିତଙ୍କ ସମ୍ପର୍କରେ ଅନେକ ତଥ୍ୟ ଲଚାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri