କରୋନା ସଂକ୍ରମଣର ୩ ଦିନ ପରେ ହ୍ରାସ ପାଏ ଘ୍ରାଣ ଶକ୍ତି !

ନ୍ୟୁୟର୍କ,୯।୫: କରୋନା ମହାମାରୀ ଏବେ ସାରା ବିଶ୍ୱରେ ତାଣ୍ଡବ ରଚିଥିବା ବେଳେ ଏହାର ଚିକିତ୍ସା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ମିଳିପାରି ନାହିଁ। କରୋନାରୁ ମୁକ୍ତି ପାଇବାକୁ ଏବେ ସାରା ବିଶ୍ୱରେ ଗବେଷଣା ଜାରି ରହିଛି। ଏବେ ପର୍ଯ୍ୟନ୍ତ ମଧ୍ୟ କରୋନାର ଲକ୍ଷଣ ଭିନ୍ନ ଭିନ୍ନ ରୋଗୀଙ୍କଠାରେ ଅଲଗା ହେଉଥିବାରୁ ଏହାର ଲକ୍ଷଣକୁ ନେଇ ମଧ୍ୟ ବେଳେ ବେଳେ ଦ୍ୱନ୍ଦ୍ୱ ଉପୁଜୁଛି। ନିକଟରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି କି କରୋନା ସଂକ୍ରମିତ ରୋଗୀ ୩ ଦିନ ପରେ ଘ୍ରାଣ ଶକ୍ତି ହରାଇ ଥାଏ। ଅର୍ଥାତ ସଂକ୍ରମିତ ରୋଗୀ କୌଣସି ଗନ୍ଧ ବାରିପାରି ନ ଥାଏ ବୋଲି କୁହାଯାଉଛି। ଜର୍ନାଲ ଅଫ୍‌ ଅଟୋଲାରନଗୋଲୋଜି-ହେଡ ଆଣ୍ଡ ନେକ୍‌ ସର୍ଜରୀରେ ପ୍ରକାଶିତ ଏକ ଟେଲିଫୋନିକ ଅଧ୍ୟୟନରୁ ଏହା ଜଣାପଡିଛି। ଏଥିରେ ୬ ସପ୍ତାହ ମଧ୍ୟରେ କୋଭିଡ-୧୯ ପରୀକ୍ଷଣ କରିଥିବା ପ୍ରାୟ ୧୦୩ ଜଣ ରୋଗୀଙ୍କ ଲକ୍ଷଣକୁ ନେଇ ବିଶ୍ଳେଷଣ କରାଯାଇଥିଲା। ଏହି ଅଧ୍ୟୟନର ବିଶେଷଜ୍ଞ ଅହମ୍ମଦ ସେଦାଘାଟଙ୍କ ମତରେ ୧୦୩ ଜଣ ରୋଗୀଙ୍କ ମଧ୍ୟରୁ ୬୧ ପ୍ରତିଶତ ରୋଗୀଙ୍କ ପାଖରେ ଘ୍ରାଣ ଶକ୍ତି ପୂର୍ବାପେକ୍ଷା କମ୍‌ ପରିଲକ୍ଷିତ ହୋଇଥିଲା। ଏହି ଲକ୍ଷଣ ୩-୪ ଦିନ ମଧ୍ୟରେ ପରିଲକ୍ଷିତ ହୋଇଥିବା ବିଷେଜ୍ଞମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri