କରୋନା ସଂକ୍ରମଣ ରୋକିବାକୁ ବିଶ୍ୱଶାନ୍ତି ମହାଯଜ୍ଞ

ସିମୁଳିଆ,୧୭।୩(ଡି.ଏନ.ଏ.)-କରୋନା କବଳରେ ସାରା ବିଶ୍ୱ ପ୍ରଭାବିତ। ଏଥିରୁ ନିସ୍ତାର ପାଇଁ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଜାମୁଝାଡ଼ି ଅଞ୍ଚଳର ମା’ ବୁଢ଼ୀବାସୁଳୀଙ୍କ ନିକଟରେ ଚାଲିଛି ପୂଜାର୍ଚ୍ଚନା। ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କ ଦ୍ୱାରା ଆୟୋଜିତ ହୋଇଛି ବିଶ୍ୱଶାନ୍ତି ମହାଯଜ୍ଞ। ଏହି ଅବସରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ରହଣିଆ ଦାଣ୍ଡମଙ୍ଗଳା ପୁଷ୍କରଣୀରୁ ମହିଳା ଓ ପୁରୁଷମାନେ ୧୧ଟି ଘଟୋତ୍ତଳନ କରି ଯଜ୍ଞ ମଣ୍ଡପକୁ ଆଣିଥିଲେ। ମା’ବୁଢ଼ୀବାସୁଳୀ ଓ ହନୁମାନ ମନ୍ଦିରରେ ବିଧି ଉପଚାର ପୂଜା ଅନୁଷ୍ଠିତ ହୋଇଥିଲା। କଟକ ମାହାଙ୍ଗାର ରାମକୃଷ୍ଣ ମଠ ସେବକ ପଣ୍ଡିତ ପ୍ରମୋଦ ପଣ୍ଡା, ସୁରେଶ କୁମାର ମହାପାତ୍ର, ପୁରୀରୁ ପଣ୍ଡିତ ଜଗବନ୍ଧୁ ଦୀକ୍ଷିତ, ସ୍ଥାନୀୟ ରାମକୃଷ୍ଣ ମଠ ସେବକ ପରମାନନ୍ଦ ଦାଶ ପ୍ରମୁଖ ଯଜ୍ଞ ଉତ୍ସବରେ ଯୋଗ ଦେଇଥିଲେ। ଅପରାହ୍ନରେ ଅଗ୍ନିସ୍ଥାପନ, ବୁଧବାର ଆହୁତି ଓ ଗୁରୁବାର ପୂର୍ଣ୍ଣାହୁତି ଦିଆଯିବ। ସ୍ଥାନୀୟ ଅଞ୍ଚଳର ମହେଶ୍ୱର ମହାକୁଡ଼, ରନତ୍ାକର ବେହେରା, ଉମାକାନ୍ତ ବାରିକ, ଅକ୍ଷୟ ବିଶ୍ୱାଳ, ଶ୍ରୀଧର ମହାନ୍ତି, ଭାସ୍କର ଚନ୍ଦ୍ର ପାଢ଼ୀ ପ୍ରମୁଖ ଗ୍ରାମବାସୀ ସହଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri