Posted inଜାତୀୟ

କରୋନା ସଂକ୍ରମଣ ରୋକିବ ହୋମିଓପ୍ୟାଥି ଔଷଧ ‘ଆର୍ସେନିକ୍‌ ଅଲବୁମ୍‌-୩୦’: ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଏଡଭାଇଜରି ଜାରି

ଜୟପୁର,୩।୨: ସାରା ପୃଥିବୀରେ କରୋନା ଭୁତାଣୁ ସଂକ୍ରମଣ ନେଇ ଆତଙ୍କ ଖେଳି ଯାଇଛି। ଇତିମଧ୍ୟରେ ଭାରତର କେରଳରେ ୨ ଜଣଙ୍କଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଛି। ସେହିପରି ପଶ୍ଚିମବଙ୍ଗରେ ୮ ସନ୍ଦିଗ୍ଧଙ୍କୁ ଚିହ୍ନ କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ଏକ ଏଡଭାଇଜରି ଜାରି କରାଯାଇଛି। ଏଥିରେ କୁହାଯାଇଛି ଯେ, ହୋମିଓପ୍ୟାଥି ଔଷଧ ‘ଆର୍ସେନିକ୍‌ ଅଲବୁମ୍‌-୩୦’ କରୋନା ସଂକ୍ରମଣ ରୋକିବାରେ ସକ୍ଷମ ହେବ। ତେଣୁ ଏହାକୁ ୩ ଦିନ ପର୍ଯ୍ୟନ୍ତ ଖାଲି ପେଟରେ ସେବନ କରିବାକୁ ସରକାରଙ୍କ ପରାମର୍ଶ ଦିଆଯାଇଛି। ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଏହି ଏଡ଼ଭାଇଜରୀ ଜାରି କରାଯାଇଛି। ଏହାପରେ ଏକମାସ ପରେ ଏହି ଔଷଧ ପୁଣିଥରେ ମଧ୍ୟ ସେବନ କରାଯାଇପାରେ ବୋଲି ଏଥିରେ ପରାମର୍ଶ ଦିଆଯାଇଛି। କରୋନା ସଂକ୍ରମଣ ରୋକିବା ଲାଗି ତୁଳସୀ, ଗୋଲମରିଚ ଏବଂ ପିପ୍ପଳୀ ଚୂର୍ଣ୍ଣ ସେବନ କଲେ ମଧ୍ୟ ସୁଫଳ ମିଳିବ ବୋଲି ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ୫ ଗ୍ରାମ୍‌ ଗୋଲମରିଚ ଏବଂ ପିପ୍ପଳୀ ଚୂର୍ଣ୍ଣକୁ ଏକ ଲିଟର ପାଣିରେ ୩ରୁ ୫ଟି ତୁଳସୀ ପକାଇ ଏହାକୁ ଅଧା ଲିଟର ହେବା ପର୍ଯ୍ୟନ୍ତ ଫୁଟାଇବା ପରେ ଏହାକୁ ଅଳ୍ପ ଅଳ୍ପ କରି ସେବନ କରିବାକୁ ହେବ ବୋଲି ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri