Posted inଖେଳ

କରୋନା ସଂକ୍ରମିତଙ୍କୁ ଚିକିତ୍ସା କରୁଛନ୍ତି ପୂର୍ବତନ ଅଲିମ୍ପିକ ଚାମ୍ପିୟନ

ଆମଷ୍ଟରଡାମ୍‌, ୩୦ା୩(ପି.ଟି.)-ପୂର୍ବତନ ଅଲିମ୍ପିକ ଚାମ୍ପିୟନ ଜଏସି ସୋମ୍‌ବ୍ରୋକ୍‌ ବର୍ତ୍ତମାନ କୋଭିଡ୍‌-୧୯ ରୋଗୀଙ୍କୁ ଚିକିତ୍ସା କ୍ଷେତ୍ରରେ ନିଜକୁ ନିୟୋଜିତ କରିଛନ୍ତି। ସୋମ୍‌ବ୍ରୋକ୍‌ ହେଉଛନ୍ତି ନେଦରଲାଣ୍ଡ୍ସ ମହିଳା ହକି ଦଳର ପୂର୍ବତନ ଗୋଲ୍‌କିପର। ସେ ୨୦୧୨ ଲଣ୍ଡନ ଅଲିମ୍ପିକ୍ସ ଏବଂ ୨୦୧୪ ବିଶ୍ୱ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ବିଜୟୀ ଦଳର ଅନ୍ୟତମ ପ୍ରମୁଖ ସଦସ୍ୟ ଥିଲେ। ସେ ପଛକୁ ପଛ ଦୁଇଥର ଶ୍ରେଷ୍ଠ ଗୋଲକିପର ପୁରସ୍କାର ବିଜୟିନୀ ହୋଇଥିଲେ। ମାତ୍ର ୨୬ ବର୍ଷ ବୟସରେ ହକି ଖେଳରୁ ଅବସର ନେବା ପରେ ସୋମ୍‌ବ୍ରୋକ୍‌ ଆମଷ୍ଟରଡାମ୍‌ସ୍ଥିତ ଭ୍ରିଜି ୟୁନିଭର୍ସିଟିରୁ ମେଡିକାଲ ଡ଼ିଗ୍ରୀ ହାସଲ କରିଥିଲେ। ପରେ ସେ ଇଣ୍ଟରନାଲ ମେଡିସିନ୍‌, ପଲ୍‌ମୋନାରି, କାର୍ଡିଓଲୋଜି ଏବଂ ଗ୍ୟାଷ୍ଟ୍ରୋ-ଇଣ୍ଟେଷ୍ଟିନାଲ ବିଭାଗରେ କାର୍ଯ୍ୟ କରିଥିଲେ। ସୋମ୍‌ବ୍ରୋକ୍‌ ତାଙ୍କ କ୍ୟାରିୟରରେ ୨୦୧୦ରୁ ୨୦୧୬ ମଧ୍ୟରେ ଦେଶ ତରଫରୁ ୧୧୭ଟି ମ୍ୟାଚରେ ଖେଳିଛନ୍ତି। ପୂର୍ବତନ ମହିଳା ଗୋଲପିକର ଜଣକ ବର୍ତ୍ତମାନ ଆମଷ୍ଟରଡାମ୍‌ଠାରୁ ୧୩ କିଲୋମିଟର ଦୂର ଆଲ୍ସମିରସ୍ଥିତ ଏକ ମେଡିିକାଲ ସେଣ୍ଟରରେ କାର୍ଯ୍ୟରତ। ପ୍ରଥମାବସ୍ଥାରେ ସେ ଟେଲିଫୋନ ଜରିଆରେ ରୋଗୀଙ୍କ ଯୋଗାଯୋଗ କରୁଥିଲେ। କୌଣସି ରୋଗୀ ଘରେ ରହି ଅବା ଡାକ୍ତରଖାନା ଆସି ଚିକିତ୍ସିତ ହେବା ଆବଶ୍ୟକ ତାହା ନିରୂପଣ କରୁଥିଲେ। କରୋନା ଭାଇରସ୍‌ରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ସେ ହଜମତ୍‌ ସୁଟ୍‌ ବ୍ୟବହାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri