କରୋନା ସଂକ୍ରମିତଙ୍କ ଚିକିତ୍ସା ଫଳରେ ଏଠି ଅବହେଳିତ ହେଉଛନ୍ତି କ୍ୟାନସର ରୋଗୀ !

ଲଣ୍ଡନ,୯।୪: କରୋନା ସଂକ୍ରମଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବା ବେଳେ କେତେ ଗୁଡିଏ ଦେଶରେ ଏହି ମହାମାରୀର ସଂକ୍ରମଣ ଫଳରେ ଦିନକୁ ଶହ ଶହ ଲୋକଙ୍କ ଜୀବନ ଯାଉଛି। ଏହି ଦେଶମାନଙ୍କ ମଧ୍ୟରୁ ବ୍ରିଟେନ ଅନ୍ୟତମ। ଏଠାରେ ପ୍ରତିଦିନ ହଜାର ହଜାର ଲୋକ କରୋନାରେ ସଂକ୍ରମିତ ହେଉଥିବା ବେଳେ ଶହ ଶହ ଲୋକଙ୍କ ମୃତ୍ୟୁ ମଧ୍ୟ ହେଉଛି। ଏବେ ଏଠାରେ କରୋନା ମୃତ୍ୟୁ ସଂଖ୍ୟା ୭ ହଜାର ଅତିକ୍ରମ କରି ସାରିଲାଣି। କୁହାଯାଉଛି ଏଠାରେ କରୋନାର ଭୟାବହତାକୁ ଦେଖି ଅନ୍ୟ ରୋଗୀଙ୍କ ଚିକିତ୍ସାରେ ଅବହେଳା କରାଯାଉଛି। ଖବର ଅନୁଯାୟୀ ସେଠାରେ ଥିବା ମେରୀ କ୍ୟୁରି ହସ୍ପିଟାଲରେ ଥିବା ଶହ ଶହ କ୍ୟାନସର ରୋଗୀଙ୍କ ଚିକିତ୍ସାକୁ ଅଧାରେ ଅଟକାଇ ଦିଆଯାଇଥିବା କୁହାଯାଉଛି। ଦ ଇଣ୍ଡିପେଣ୍ଡେଣ୍ଟରେ ପ୍ରକାଶିତ ଏକ ଖବର ଅନୁଯାୟୀ, ଉକ୍ତ ହସ୍ପିଟାଲରେ ଶହ ଶହ କ୍ୟାନସର ରୋଗୀ ଥିବା ବେଳେ ଘରେ ମଧ୍ୟ କେତେଜଣଙ୍କ ଚିକିତ୍ସା ଲାଗି ସେହି ହସ୍ପିଟାଲର ନର୍ସ ସେମାନଙ୍କ ଦେଖାରଖା ପାଇଁ ଯାଉଥିଲେ। ହେଲେ ଏବେ ଏମାନଙ୍କୁ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଲଗାଯାଇଥିବାରୁ ସେମାନେ କ୍ୟାନସର ରୋଗୀଙ୍କ ଚିକିତ୍ସା କରିପାରୁ ନ ଥିବା କୁହାଯାଉଛି। ଅନ୍ୟପଟେ ଏଭଳି ରୋଗୀଙ୍କୁ ଏବେ ଘରୋଇ ହସ୍ପିଟାଲ ଯିବାକୁ ମଧ୍ୟ ପରାମର୍ଶ ଦିଆଯାଉଛି। ଏହା ଜଣାପଡିବା ପରେ ବ୍ରିଟେନ ସ୍ବାସ୍ଥ୍ୟମନ୍ତ୍ରୀ ଏ ଦିଗରେ ଆଲୋଚନା କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?