କରୋନା ସଂକ୍ରମିତଙ୍କ ମଧ୍ୟରୁ ପ୍ରତି ହଜାରେ ଲୋକଙ୍କ ମଧ୍ୟରୁ ପ୍ରାୟ ୯ ଜଣଙ୍କ ଘଟିଥାଏ ମୃତ୍ୟୁ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୬।୩: କରୋନା ସଂକ୍ରମଣ ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏଥିରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ସୃଷ୍ଟି ଉପରେ ଲୋକଙ୍କୁ ପରାମର୍ଶ ଦିଆଯାଉଛି। ତେବେ ସଂକ୍ରମିତଙ୍କ ମଧ୍ୟରୁ ହାରାହାରି କେତେଜଣଙ୍କ ମୃତ୍ୟୁ ଘଟିଥାଏ ସେ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଚାଇନା, ଇଟାଲି ଏବଂ ଇରାନରେ ଏହା ଉପରେ ଗବେଷଣା କରୁଥିବା କିଛି ଗବେଷକଙ୍କ ଅନୁସାରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ପ୍ରତି ହଜାରେ ଲାକଙ୍କ ମଧ୍ୟରୁ ପ୍ରାୟ ୯ ଜଣଙ୍କର ମୃତ୍ୟୁ ଘଟିଥାଏ। ଏହା ସମ୍ପୂର୍ଣ୍ଣ ଭାବେ ସମ୍ପୃକ୍ତ ବ୍ୟକ୍ତିଙ୍କ ରୋଗ ପ୍ରତିରୋଧକ ଶକ୍ତି ଉପରେ ହିଁ ନିର୍ଭର କରିଥାଏ। ଯଦି ସଂକ୍ରମିତଙ୍କଠାରେ ଅନ୍ୟ କୌଣସି ଶାରୀରିକ ସମସ୍ୟା ଥିଲେ ହୁଏତ କିଛି ଜଟିଳ ସ୍ଥିତି ଉତ୍ପନ୍ନ ହୋଇଥାଏ। ସଂକ୍ରମିତଙ୍କ ଚିକିତ୍ସା କ୍ଷେତ୍ରରେ ବୟସ, ଲିଙ୍ଗ, ସ୍ବାସ୍ଥ୍ୟାବସ୍ଥା ଏବଂ ସେ ବାସ କରୁଥିବା ଦେଶର ଚିକିତ୍ସା ସେବା ଆଦ ଗୁରୁତ୍ୱପୂର୍ଣ୍ଣ ବୋଲି ଗବେଷକ କହିଛନ୍ତି। ଏନେଇ ଲଣ୍ଡନର ଇମ୍ପାରିୟାଲ କଲେଜର ଗବେଷକ କହିଛନ୍ତି ଯେ, ବିଭିନ୍ନ ଦେଶ ତଥା ଭୌଗୋଳିକ ସ୍ଥିତିରେ କରୋନା ମୃତ୍ୟୁ ହାରରେ ଭିନ୍ନତା ପରିଲକ୍ଷିତ ହେବା ନିଶ୍ଚିତ। ଉପଲବ୍ଧ ସ୍ବାସ୍ଥ୍ୟ ସେବା ଏକ୍ଷେତ୍ରରେ ବିଶେଷ ଗୁରୁତ୍ୱ ବହନ କରିଥାଏ। ଏହି ସଂକ୍ରମଣରୁ ଦୂରେଇ ରହିବା ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ଜାରି ହୋଇଥିବା ମାର୍ଗଦର୍ଶିକାର ପାଳନ ସର୍ବୋତ୍ତମ ବୋଲି ଗବେଷକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍‌

ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧରେ ରୁଷିଆ ସେନାକୁ...

ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ କମ୍ପାନୀ ଦାୟୀ

ଲଣ୍ଡନ୍‌,୨୭ା୪: ବିଶ୍ୱର ଅର୍ଦ୍ଧାଧିକ ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ ବହୁରାଷ୍ଟ୍ରୀୟ କମ୍ପାନୀ ଦାୟୀ। ସେହିପରି ଏକ-ଚତୁର୍ଥାଂଶ ପ୍ରଦୂଷଣ ପାଇଁ ୬ଟି କମ୍ପାନୀ ଦାୟୀ ବୋଲି ଏକ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri