ଭୁବନେଶ୍ୱର,୨୧ା୩(ବ୍ୟୁରୋ): ସହରାଞ୍ଚଳ ଲୋକଙ୍କୁ କରୋନା ସଂକ୍ରାନ୍ତରେ ସଚେତନ କରିବା ପାଇଁ ଶନିବାର ସବୁ ପୌରାଞ୍ଚଳର ପ୍ରତ୍ୟେକ ଓ୍ବାର୍ଡରେ ବୈଠକ ଅନୁଷ୍ଠିତ ହେବ। ଏ ସଂକ୍ରାନ୍ତରେ ରାଜ୍ୟ ସରକାର ସମସ୍ତ ମହାନଗର ନିଗମ ଏବଂ ପୌରସଂସ୍ଥାଗୁଡିକୁ ଶୁକ୍ରବାର ଚିଠି ଲେଖିଛନ୍ତି। ଏ ବାବଦରେ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ପଠାଯାଇଥିବା ନିର୍ଦ୍ଦେଶନାମା ଅନୁଯାୟୀ, ଶନିବାର ପୂର୍ବାହ୍ନ ୧୦ଟାରେ ଓ୍ବାର୍ଡ ଅଫିସରମାନେ ନିଜ ଅଞ୍ଚଳରେ ବୈଠକ ଡାକିବେ। ବୈଠକରେ ପୂର୍ବତନ ଏବଂ ବର୍ତ୍ତମାନର କର୍ପୋରେଟର ଏବଂ କାଉନ୍ସିଲରମାନେ ଯୋଗଦେବା ସହିତ ସାଧାରଣ ଲୋକମାନେ ସାମିଲ ହୋଇ ନିଜ ନିଜର ମତାମତ ରଖିପାରିବେ। ଯଦି ଲୋକ ସଂଖ୍ୟା ଅଧିକ ହୁଏ, ତେବେ ସେମାନଙ୍କୁ ବିଭିନ୍ନ ଦଳରେ ବିଭକ୍ତ କରାଯାଇ ଆଲୋଚନା କରିବାକୁ କୁହାଯାଇଛି। ରାଜ୍ୟ ସରକାର ଜାରି କରିଥିବା ନିର୍ଦ୍ଦେଶାବଳୀକୁ ଓ୍ବାର୍ଡ ଅଫିସରମାନେ ସମସ୍ତଙ୍କୁ ଜଣାଇବେ। କରୋନା ସଚେତନତା ନେଇ ପୌରସଂସ୍ଥା ସହିତ ସାଧାରଣ ଲୋକମାନଙ୍କୁ ଯେପରି ଜଡିତ କରାଯାଇପାରିବ ସେନେଇ ମଧ୍ୟ ବୈଠକରେ ସୂଚନା ଦିଆଯିବ। ସୁରୁଖୁରୁରେ ବୈଠକ କରିବାକୁ ପୌରସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଏ ସମ୍ପର୍କିତ ଏକ ମାର୍ଗଦର୍ଶିକା ପଠାଯାଇଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା
ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍ ଓ ଦୁଇଟି ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…
ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…
ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…
ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର
ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…
୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ
ଟେନ୍ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…
ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ
କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…
ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା
ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

