କରୋନା ସଚେତନତା: ପାନୀୟ ଜଳ ଯୋଗାଣ, ସଫେଇ କର୍ମଚାରୀଙ୍କୁ ୬ ମାସ ଆନ୍ଦୋଳନ ମନା

ଭୁବନେଶ୍ୱର, ୨୩।୩(ବ୍ୟୁରୋ): କରୋନା (କୋଭିଡ-୧୯)ର ଭୟାବହତା ସମଗ୍ର ବିଶ୍ୱକୁ ଥରହର କରିଛି। ରାଜ୍ୟ ସରକାର ଏହି ମହାମାରୀକୁ ପ୍ରତିହତ କରିବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ୫ ଜିଲା ଓ ୮ସହରକୁ ମାର୍ଚ୍ଚ ୨୨ରୁ ୨୯ ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରାଯାଇଛି। ତେବେ ଅତ୍ୟାବଶ୍ୟକ ଓ ଜରୁରୀ ସେବା ଯୋଗାଇଦେବା ପାଇଁ କେତେକ ବିଭାଗ ଖୋଲା ରହିଛି। ସହରାଞ୍ଚଳରେ ପାନୀୟ ଜଳ ଯୋଗାଣ ଏବଂ ପୌର ସେବା ଯେପରି ବ୍ୟାହତ ନ ହେବ ସେଥିପ୍ରତି ସରକାର ଗୁରୁତ୍ୱ ଦେଉଛନ୍ତି। ସହରାଞ୍ଚଳର ପରିମଳକୁ ଅଧିକ କ୍ରିୟାଶୀଳ କରିବା ପାଇଁ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ ଉପରେ ରୋକ୍‌ ଲଗାଯାଇଛି। ପାନୀୟ ଜଳ ଯୋଗାଣ କର୍ମଚାରୀ ଓ ସଫେଇ କର୍ମଚାରୀ କୌଣସି ପରିସ୍ଥିତିରେ ଆନ୍ଦୋଳନକୁ ଓହ୍ଲାଇ ପାରିବେ ନାହିଁ। ଓଡ଼ିଶା ଅତ୍ୟାବଶ୍ୟକ ସେବା(ପରିଚାଳନା) ଆଇନ-୧୯୮୮ର ସେକ୍ସନ ୩ର ଉପସେକ୍ସନ(୧) ଅନୁଯାୟୀ ସଫେଇ ଏବଂ ପାନୀୟ ଜଳ ଯୋଗାଣରେ ନିୟୋଜିତ ଥିବା କୌଣସି ସଂସ୍ଥା କିମ୍ବା କର୍ମଚାରୀଙ୍କ ଆନ୍ଦୋଳନକୁ ବେଆଇନ ଘୋଷଣା କରାଯାଇଛି। ଆସନ୍ତା ୬ ମାସ ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ। ଏ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୋମବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟର ସମସ୍ତ ମହାନଗର ନିଗମ, ପୌର ସଂସ୍ଥା, ଜନସ୍ବାସ୍ଥ୍ୟ ବିଭାଗ, ଓଡ଼ିଶା ସ୍ବେରେଜ ବୋର୍ଡ ଏବଂ ଓ୍ବାଟ୍‌କୋ ପ୍ରତି ଏହି କଟକଣା ଜାରି କରାଯାଇଛି। ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି। ସଫେଇ, ପରିମଳ ଏବଂ ପାନୀୟ ଜଳ ଯୋଗାଣ କାର୍ଯ୍ୟରେ ନିୟୋଜିତ ଥିବା କର୍ମଚାରୀମାନେ ସେମାନଙ୍କ ଦାବି ପୂରଣ ନେଇ ହଠାତ୍‌ କାର୍ଯ୍ୟ ବନ୍ଦ କରିି ଆନ୍ଦୋଳନକୁ ଉହ୍ଲାଉଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ଏପରି ଆନ୍ଦୋଳନ ଯେପରି ନ ହେବ ସେଥିପ୍ରତି ବିଭାଗ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri