କରୋନା ସନ୍ଦିଗ୍ଧଙ୍କୁ ଠାବ କରିପାରୁନି ପୋଲିସ

କୁଜଙ୍ଗ, ୧୯।୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ଜଣେ ବ୍ୟକ୍ତି ମହାରାଷ୍ଟ୍ରରେ କିଛି ଦିନ ରହି ନିକଟରେ ଘରକୁ ଫେରିବା ପରେ ଥଣ୍ଡା, ଜ୍ୱର ଆକ୍ରାନ୍ତ ହୋଇଥିଲେ। ତେବେ ସେ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ କୁଜଙ୍ଗସ୍ଥିତ ଏକ ଘରୋଇ କ୍ଲିନିକକୁ ବୁଧବାର ଅପରାହ୍ନରେ ଆସିଥିଲେ ହେଁ ସେଠାକାର ଡା. କୁଳମଣି ସାମଲ ତାଙ୍କୁ କଟକ ବଡ଼ ମେଡିକାଲ ବା କ୍ୟାପିଟାଲ ହସ୍ପିଟାଲ ଯିବାକୁ ପରାମର୍ଶ ଦେଇଥିଲେ। ହେଲେ ସମ୍ପୃକ୍ତ ବ୍ୟକ୍ତି ଜଣକ ବଡ଼ ମେଡିକାଲ ବା କ୍ୟାପିଟାଲ ହସ୍ପିଟାଲ ଯିବା ପରିବର୍ତ୍ତେ ପାରାଦୀପ ଓ କୁଜଙ୍ଗ ଅଞ୍ଚଳର କେତେଜଣ ଡାକ୍ତରଙ୍କ ପାଖକୁ ଯାଇଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଡା. ସାମଲ କୁଜଙ୍ଗ ଥାନାଧିକାରୀଙ୍କୁ ଅବଗତ କରାଇଥିଲେ ବି ପୋଲିସ ସନ୍ଦିଗ୍ଧ ବ୍ୟକ୍ତିଙ୍କ ସମ୍ପର୍କରେ କୌଣସି ସୂଚନା ପାଇ ନାହିଁ।
ସୂଚନାଥାଉ କି, ସମ୍ପୃକ୍ତ ବ୍ୟକ୍ତି ଜଣକ ଡା. ସାମଲଙ୍କ କ୍ଲିନିକକୁ ଆସିଥିବା ବେଳେ ଅନ୍ୟ ରୋଗୀମାନଙ୍କ ଗହଣରେ କିଛି ସମୟ ବସିଥିଲେ। ଯଦି ସେ କରୋନା ସଂକ୍ରମିତ ହୋଇଥାନ୍ତି, ତାହେଲେ ଉକ୍ତ କ୍ଲିନିକର ସମସ୍ତ ଡାକ୍ତର ଓ ସେଠାକୁ ଆସିଥିବା ରୋଗୀଙ୍କ ଦେହରେ କରୋନା ଭୂତାଣୁ ସଂକ୍ରମିତ ହେବାର ଆଶଙ୍କା ରହିଛି। ଏ ସମ୍ପର୍କିତ ଖବର ପ୍ରଚାରିତ ହେବା ପରେ ପୋଲିସ, ମେଡିକାଲ ଓ ପ୍ରଶାସନିକ ଅଧିକାରୀଙ୍କ ଚିନ୍ତା ବଢ଼ି ଯାଇଥିବା ବେଳେ ସ୍ଥାନୀୟ ଜନସାଧାରଣ ଆତଙ୍କିତ ଅବସ୍ଥାରେ ରହିଛନ୍ତି। କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲା ପ୍ରଶାସନ ମିଳିତ ଉଦ୍ୟମରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଠାବ କରି ସ୍ବାସ୍ଥ୍ୟ ପରୀକ୍ଷା କରାଇବା ସହ ଆଇସୋଲେଶନରେ ରଖାଇବା ବ୍ୟବସ୍ଥା କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri