କରୋନା ସନ୍ଦିଗ୍ଧଙ୍କ ସେବାରେ ନିୟୋଜିତଙ୍କୁ ପିପିଇ କିଟ୍‌ ଦେବ ପ୍ରଶାସନ: ପ୍ରସ୍ତୁତ କରୁଛନ୍ତି ମହିଳା ସଂଘ

ଛତ୍ରପୁର,୬ା୪(ଡି.ଏନ୍‌.ଏ.)- କରୋନା ସନ୍ଦିଗ୍ଧଙ୍କ ସଂସ୍ପର୍ଶରେ ଆସି ସେବା କରୁଥିବା ବ୍ୟକ୍ତିଙ୍କୁ ପିପିଇ (ବ୍ୟକ୍ତିଗତ ସୁରକ୍ଷା ଇକ୍ୟୁପ୍‌ମେଣ୍ଟ) କିଟ୍‌ ପ୍ରଶାସନ ପକ୍ଷରୁ ପ୍ରଦାନ କରାଯିବ। କରୋନା ସଂକ୍ରମଣ ରୋକିବା ଲାଗି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ସନ୍ଦିଗ୍ଧଙ୍କୁ ଚିହ୍ନଟଠାରୁ ଆରମ୍ଭ କରି ମେଡିକାଲ ଓ ଆଇସୋଲଶନ ସେଣ୍ଟର ନେବା କାର୍ଯ୍ୟରେ ନିୟୋଜିତମାନେ କିଭଳି ସଂକ୍ରମଣରୁ ରକ୍ଷା ପାଇପାରିବେ ତାହା ଅତ୍ୟଧିକ ଗୁରୁତ୍ୱ ବହନ କରୁଛି। ଏଥିପାଇଁ ପ୍ରଶାସନ ଏମାନଙ୍କୁ ପିପିଇ କିଟ୍‌ ପ୍ରଦାନ ପାଇଁ ନିଷ୍ପତି ନେଇଛି। ପ୍ରଥମ ପର୍ଯ୍ୟାୟରେ ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀ, ସ୍ବାସ୍ଥ୍ୟକର୍ମୀ, ଆମ୍ବୁଲାନ୍ସ ଚାଳକ, ନର୍ସଙ୍କୁ ୫୦୦ ପିପିଇ କିଟ୍‌ ବଣ୍ଟନ ହେବ। ମିଶନ ଶକ୍ତି ଅଧୀନ ମହିଳା ସଙ୍ଘ ର ସଦସ୍ୟାମାନେ ଗଞ୍ଜାମ ଏନ୍‌ଏସିରେ ରାଧାକାନ୍ତ କ୍ରିଏସନରେ ସେଫ୍‌ଟି ଗାଉନ ସିଲେଇ କରୁଛନ୍ତି। ଉକ୍ତ କିଟ୍‌ରେ ମାସ୍କ, ହେଲମେଟ, ଗ୍ଲୋବ୍ସ, ସକ୍ସ ଓ ଗାଉନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri