କରୋନା ସମ୍ପର୍କରେ ଜାଣିବା ପାଇଁ ୭୪ ପ୍ରତିଶତ ଭାରତୀୟ ଅଗ୍ରଣୀ ଗଣମାଧ୍ୟମ ଉପରେ କରୁଛନ୍ତି ନିର୍ଭର !

ନୂଆଦିଲ୍ଲୀ,୩୦।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣ ରୋକିବା ଲାଗି ସାମାଜିକ ଦୂରତା ଅପରିହାର୍ଯ୍ୟ ହୋଇଥିବାରୁ ଭାରତ ସରକାର ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଘରେ ବନ୍ଦ ଥିବା ୧୩୦ କୋଟି ଭାରତୀୟଙ୍କ ମଧ୍ୟରୁ ୯୬ କୋଟି ୩୩ ଲକ୍ଷ କରୋନା ସମ୍ପର୍କରେ ଜାଣିବା ପାଇଁ ମୁଖ୍ୟତଃ ଅଗ୍ରଣୀ ଗଣମାଧ୍ୟମ ଉପରେ ହିଁ ନିର୍ଭର କରୁଛନ୍ତି। ଅଗ୍ରଣୀ ଗଣମାଧ୍ୟମ ସଂସ୍ଥାଗୁଡ଼ିକ ଦ୍ୱାରା ପ୍ରକାଶିତ ଅବା ପ୍ରସାରିତ ହେଉଥିବା ତଥ୍ୟ ସାଧାରଣତଃ ଠିକ ହେଉଥିବାରୁ ଲୋକେ ଏସବୁକୁ ବିଶ୍ୱାସ କରୁଛନ୍ତି। ଆଇଏଏନ୍‌ଏସ୍‌ ସି-ଭୋଟର ଗେଲପ୍‌ ଆସୋସିଏଶନ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଦେଶର ୭୪.୧ ପ୍ରତିଶତ ଲୋକ କରୋନା ମହାମାରୀ ସମ୍ପର୍କିତ ଖବର ଲାଗି ଗଣମାଧ୍ୟମ ଉପରେ ଭରସା କରୁଛନ୍ତି। ସୋସିଆଲ୍‌ ମିଡ଼ିଆରେ ପ୍ରକାଶିତ କେତେକ ତଥ୍ୟ ଗୁଜବ ସୃଷ୍ଟି କରୁଥିବାରୁ ଲୋକେ ଅଗ୍ରଣୀ ଗଣମାଧ୍ୟମ ସଂସ୍ଥାଗୁଡ଼ିକର ତଥ୍ୟକୁ ହିଁ ବିଶ୍ୱାସ କରୁଛନ୍ତି। ତେବେ ୧୮.୫ ପ୍ରତିଶତ ଲୋକ ସୋସିଆଲ୍‌ ମିଡ଼ିଆରୁ କରୋନା ସମ୍ପର୍କରେ ଜାଣୁଛନ୍ତି। ଅପରପକ୍ଷରେ ୫.୨ ପ୍ରତିଶତ ଲୋକ ଅନ୍ୟମାନଙ୍କ ସହିତ କଥାବାର୍ତ୍ତା ହୋଇ କରୋନା ସମ୍ପର୍କରେ ଅଧିକ କିଛି ଜାଣିବାର ପ୍ରୟାସ କରୁଥିବା ଏହି ସର୍ଭେ ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri