କରୋନା ସମ୍ପର୍କରେ ଜାଣିବା ପାଇଁ ୭୪ ପ୍ରତିଶତ ଭାରତୀୟ ଅଗ୍ରଣୀ ଗଣମାଧ୍ୟମ ଉପରେ କରୁଛନ୍ତି ନିର୍ଭର !

ନୂଆଦିଲ୍ଲୀ,୩୦।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣ ରୋକିବା ଲାଗି ସାମାଜିକ ଦୂରତା ଅପରିହାର୍ଯ୍ୟ ହୋଇଥିବାରୁ ଭାରତ ସରକାର ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଘରେ ବନ୍ଦ ଥିବା ୧୩୦ କୋଟି ଭାରତୀୟଙ୍କ ମଧ୍ୟରୁ ୯୬ କୋଟି ୩୩ ଲକ୍ଷ କରୋନା ସମ୍ପର୍କରେ ଜାଣିବା ପାଇଁ ମୁଖ୍ୟତଃ ଅଗ୍ରଣୀ ଗଣମାଧ୍ୟମ ଉପରେ ହିଁ ନିର୍ଭର କରୁଛନ୍ତି। ଅଗ୍ରଣୀ ଗଣମାଧ୍ୟମ ସଂସ୍ଥାଗୁଡ଼ିକ ଦ୍ୱାରା ପ୍ରକାଶିତ ଅବା ପ୍ରସାରିତ ହେଉଥିବା ତଥ୍ୟ ସାଧାରଣତଃ ଠିକ ହେଉଥିବାରୁ ଲୋକେ ଏସବୁକୁ ବିଶ୍ୱାସ କରୁଛନ୍ତି। ଆଇଏଏନ୍‌ଏସ୍‌ ସି-ଭୋଟର ଗେଲପ୍‌ ଆସୋସିଏଶନ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଦେଶର ୭୪.୧ ପ୍ରତିଶତ ଲୋକ କରୋନା ମହାମାରୀ ସମ୍ପର୍କିତ ଖବର ଲାଗି ଗଣମାଧ୍ୟମ ଉପରେ ଭରସା କରୁଛନ୍ତି। ସୋସିଆଲ୍‌ ମିଡ଼ିଆରେ ପ୍ରକାଶିତ କେତେକ ତଥ୍ୟ ଗୁଜବ ସୃଷ୍ଟି କରୁଥିବାରୁ ଲୋକେ ଅଗ୍ରଣୀ ଗଣମାଧ୍ୟମ ସଂସ୍ଥାଗୁଡ଼ିକର ତଥ୍ୟକୁ ହିଁ ବିଶ୍ୱାସ କରୁଛନ୍ତି। ତେବେ ୧୮.୫ ପ୍ରତିଶତ ଲୋକ ସୋସିଆଲ୍‌ ମିଡ଼ିଆରୁ କରୋନା ସମ୍ପର୍କରେ ଜାଣୁଛନ୍ତି। ଅପରପକ୍ଷରେ ୫.୨ ପ୍ରତିଶତ ଲୋକ ଅନ୍ୟମାନଙ୍କ ସହିତ କଥାବାର୍ତ୍ତା ହୋଇ କରୋନା ସମ୍ପର୍କରେ ଅଧିକ କିଛି ଜାଣିବାର ପ୍ରୟାସ କରୁଥିବା ଏହି ସର୍ଭେ ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri