କରୋନା ସହାୟତା ବଣ୍ଟନ ସମୟରେ ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବାପ, ପୁଅଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୩।୪(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଳକ ବୋମକେଇ ଗାଁରେ ରାସନ କାର୍ଡ ଓ ଲେବର କାର୍ଡ ହିତାଧିକାରୀଙ୍କୁ କରୋନା ଆର୍ଥିକ ସହାୟତା ବଣ୍ଟନ ସମୟରେ ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ୨ଜଣ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଦିଗପହଣ୍ଡି ବିଡ଼ିଓଙ୍କ ନିର୍ଦ୍ଦେଶାନୁସାରେ ସରପଞ୍ଚ ପ୍ରତିନିଧି ଭଗବାନ ବାଡତ୍ୟା, ପଞ୍ଚାୟତ ଗ୍ରାମ ରୋଜଗାର ସେବକ, ୱାର୍ଡ ସଭ୍ୟ ପ୍ରମୁଖ ବୋମକେଇ ଗାଁର ହିତାଧିକାରୀଙ୍କୁ କରୋନା ସହାୟତା ପାଇଁ ଅର୍ଥରାଶି ବଣ୍ଟନ କରୁଥିଲେ। ଏହି ସମୟରେ ଶତ୍ରୁଘ୍ନ ତାଙ୍କ ଘର ସମ୍ମୁଖରେ ଭଗବାନଙ୍କୁ ଜବରଦସ୍ତ ଅଟକାଇ ମୋର ରାସନ କାର୍ଡ କାହିଁକି ହୋଇନାହିଁ ବୋଲି ଗାଳିଗୁଲଜ କରିଥିଲେ। ଭଗବାନ ଏହାର ପ୍ରତିବାଦ କରିବାରୁ ଶତ୍ରୁଘ୍ନ ଓ ତାଙ୍କ ସ୍ତ୍ରୀ ସେଠାକୁ ଆସି ତାଙ୍କୁ ଠେଲାପେଲା କରିଥିଲେ। ପରେ ତାଙ୍କ ନାବାଳକ ପୁଅ ସେଠାକୁ ଆସି ହାତରେ ଧରିଥିବା ଏକ କାତିରେ ଭଗବାନଙ୍କ ବେକକୁ ଆକ୍ରମଣ କରିଥିଲେ। ସେ ଘୁଞ୍ଚିପଡିବାରୁ ଅଳ୍ପକେ ବର୍ତ୍ତିଯାଇଥିଲେ। ଏନେଇ ଭଗବାନ ସ୍ଥାନୀୟ ଥାନାରେ ଏତଲା ଦେବା ପରେ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇଛି ବୋଲି ଥାନା ଆଇଆଇସି ମାଧବାନନ୍ଦ ନାୟକ କହିଛନ୍ତି। ଅପରପକ୍ଷେ ଅଭିଯୁକ୍ତ ବାପା ଓ ତାଙ୍କ ନାବାଳକ ପୁଅଙ୍କୁ କେ.ନୂଆଗାଁ ପୋଲିସ ଗିରଫ କରିଛି। ଥାନା ମାମଲା ନଂ.୯୦/୨୦ ଦଫା-୨୯୪/ ୩୦୭/୩୨୩/୩୪୧/୫୦୬/୩୪ ଅନୁଯାୟୀ ଅଭିଯୁକ୍ତ ବାପା ଶତ୍ରୁଘ୍ନ ପ୍ରଧାନଙ୍କୁ ଗୁରୁବାର ଦିଗପହଣ୍ଡି କୋର୍ଟକୁ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଅନ୍ୟତମ ଅଭିଯୁକ୍ତ ନାବାଳକଙ୍କୁ ବ୍ରହ୍ମପୁର ସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡ ନିକଟରେ ହାଜର କରାଯାଇଥିବା ଜଣାପଡ଼ିଛି। ଏଥିସହ ହତ୍ୟା ଉଦ୍ୟମ ମାମଲାରେ ବ୍ୟବହୃତ କାତିକୁ ଜବତ କରାଯାଇଥିବା ନେଇ ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଜ୍ଞାନରଞ୍ଜନ ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri