କରୋନା ସହାୟତା ବଣ୍ଟନ ସମୟରେ ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବାପ, ପୁଅଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୩।୪(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଳକ ବୋମକେଇ ଗାଁରେ ରାସନ କାର୍ଡ ଓ ଲେବର କାର୍ଡ ହିତାଧିକାରୀଙ୍କୁ କରୋନା ଆର୍ଥିକ ସହାୟତା ବଣ୍ଟନ ସମୟରେ ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ୨ଜଣ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଦିଗପହଣ୍ଡି ବିଡ଼ିଓଙ୍କ ନିର୍ଦ୍ଦେଶାନୁସାରେ ସରପଞ୍ଚ ପ୍ରତିନିଧି ଭଗବାନ ବାଡତ୍ୟା, ପଞ୍ଚାୟତ ଗ୍ରାମ ରୋଜଗାର ସେବକ, ୱାର୍ଡ ସଭ୍ୟ ପ୍ରମୁଖ ବୋମକେଇ ଗାଁର ହିତାଧିକାରୀଙ୍କୁ କରୋନା ସହାୟତା ପାଇଁ ଅର୍ଥରାଶି ବଣ୍ଟନ କରୁଥିଲେ। ଏହି ସମୟରେ ଶତ୍ରୁଘ୍ନ ତାଙ୍କ ଘର ସମ୍ମୁଖରେ ଭଗବାନଙ୍କୁ ଜବରଦସ୍ତ ଅଟକାଇ ମୋର ରାସନ କାର୍ଡ କାହିଁକି ହୋଇନାହିଁ ବୋଲି ଗାଳିଗୁଲଜ କରିଥିଲେ। ଭଗବାନ ଏହାର ପ୍ରତିବାଦ କରିବାରୁ ଶତ୍ରୁଘ୍ନ ଓ ତାଙ୍କ ସ୍ତ୍ରୀ ସେଠାକୁ ଆସି ତାଙ୍କୁ ଠେଲାପେଲା କରିଥିଲେ। ପରେ ତାଙ୍କ ନାବାଳକ ପୁଅ ସେଠାକୁ ଆସି ହାତରେ ଧରିଥିବା ଏକ କାତିରେ ଭଗବାନଙ୍କ ବେକକୁ ଆକ୍ରମଣ କରିଥିଲେ। ସେ ଘୁଞ୍ଚିପଡିବାରୁ ଅଳ୍ପକେ ବର୍ତ୍ତିଯାଇଥିଲେ। ଏନେଇ ଭଗବାନ ସ୍ଥାନୀୟ ଥାନାରେ ଏତଲା ଦେବା ପରେ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇଛି ବୋଲି ଥାନା ଆଇଆଇସି ମାଧବାନନ୍ଦ ନାୟକ କହିଛନ୍ତି। ଅପରପକ୍ଷେ ଅଭିଯୁକ୍ତ ବାପା ଓ ତାଙ୍କ ନାବାଳକ ପୁଅଙ୍କୁ କେ.ନୂଆଗାଁ ପୋଲିସ ଗିରଫ କରିଛି। ଥାନା ମାମଲା ନଂ.୯୦/୨୦ ଦଫା-୨୯୪/ ୩୦୭/୩୨୩/୩୪୧/୫୦୬/୩୪ ଅନୁଯାୟୀ ଅଭିଯୁକ୍ତ ବାପା ଶତ୍ରୁଘ୍ନ ପ୍ରଧାନଙ୍କୁ ଗୁରୁବାର ଦିଗପହଣ୍ଡି କୋର୍ଟକୁ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଅନ୍ୟତମ ଅଭିଯୁକ୍ତ ନାବାଳକଙ୍କୁ ବ୍ରହ୍ମପୁର ସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡ ନିକଟରେ ହାଜର କରାଯାଇଥିବା ଜଣାପଡ଼ିଛି। ଏଥିସହ ହତ୍ୟା ଉଦ୍ୟମ ମାମଲାରେ ବ୍ୟବହୃତ କାତିକୁ ଜବତ କରାଯାଇଥିବା ନେଇ ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଜ୍ଞାନରଞ୍ଜନ ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri