କରୋନା ସହାୟତା: ହକି ଇଣ୍ଡିଆର ୨୫ ଲକ୍ଷ ଟଙ୍କା ଦାନ

ନୂଆଦିଲ୍ଳୀ,୧।୪(ପି.ଟି.): କୋଭିଡ-୧୯ ମହାମାରୀକୁ ରୋକିବା ଅଭିଯାନରେ ସାମିଲ ହୋଇଛି ହକି ଇଣ୍ଡିଆ। ଏଥିପାଇଁ ହକି ଇଣ୍ଡିଆ ୨୫ ଲକ୍ଷ ଟଙ୍କା ଦାନ କରିଛି। ବୁଧବାର ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ଏହି ଅର୍ଥ ପ୍ରଦାନ କରାଯାଇଛି। କରୋନା ମହାମାରୀକୁ ରୋକିବାକୁ ଦେଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସ୍ବତନ୍ତ୍ର ଇମର୍ଜେନ୍ସି ଫଣ୍ଡ ଘୋଷଣା କରିବା ପରେ ଅର୍ଥ ଦାନ ଦେବାକୁ ହକି ଇଣ୍ଡିଆ କାର୍ଯ୍ୟକାରୀ ବୋର୍ଡ ଏ ସଂକ୍ରାନ୍ତରେ ନିଷ୍ପତ୍ତି ନେଇଛି।
ଦେଶ ଏକ ଘଡିସନ୍ଧି ମୁହୂର୍ତ୍ତରେ ଗତି କରୁଛି। ଏତିକି ବେଳେ ସମସ୍ତେ ଏକାଠି ହେବା ଆବଶ୍ୟକ। ଦେଶର ସମସ୍ତ ନାଗରିକ ସେମାନଙ୍କ ଦାୟିତ୍ୱ ହୃଦୟଙ୍ଗମ କରିବା ସହ ଏହାକ ସମ୍ପାଦନ କରିବା ମଧ୍ୟ ଆବଶ୍ୟକ। ମିଳିତ ଭାବେ ସର୍ମସମ୍ମତି କ୍ରମେ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ୨୫ ଲକ୍ଷ ଟଙ୍କା ଦେବାକୁ ଆମେ ନିଷ୍ପତ୍ତି ନେଇଛୁ ବୋଲି ହକି ଇଣ୍ଡିଆ ଅଧ୍ୟକ୍ଷ ମହମ୍ମଦ ମୁସ୍ତାକ ଅହମ୍ମଦ କହିଛନ୍ତି। ଦେଶର ନାଗରିକ ସବୁବେଳେ ହକି ଇଣ୍ଡିଆକୁ ଭଲପାଇବା ସହ ସମର୍ଥନ ଜଣାଇ ଆସିଛନ୍ତି। ଏହି ମହାମାରୀକୁ ରୋକିବା ପାଇଁ ଯଥା ସମ୍ଭବ ଆମେ ସାହାଯ୍ୟ କରିବାକୁ ପ୍ରସ୍ତୁତ ବୋଲି ସେ କହିଛନ୍ତି। ଏହି ଭାଇରସ ସଂକ୍ରମଣ ଲଢେଇରେ ହକି ଇଣ୍ଡିଆ ସମ୍ପୂର୍ଣ୍ଣ ଭାବେ ସହଯୋଗ କରିବାକୁ ଚାହୁଛି ବୋଲି ହକି ଇଣ୍ଡିଆ ସାଧାରଣ ସମ୍ପାଦକ ରାଜିନ୍ଦର ସିଂ କହିଛନ୍ତି। କରୋନା ଭାଇରସରେ ସାରା ବିଶ୍ୱରେ ୮ ଲକ୍ଷ ଲୋକ ସଂକ୍ରମିତ ହୋଇଛନ୍ତି ଓ ଏପର୍ଯ୍ୟନ୍ତ ୪୨,୦୦୦ ଲୋକ ପ୍ରାଣ ହରାଇଛନ୍ତି। କେବଳ ଭାରତରେ ଏପର୍ଯ୍ୟନ୍ତ ୧୩୦୦ ଲୋକ ସଂକ୍ରମିତ ହୋଇଥିବା ବେଳେ ୩୫ ଜଣ ଲୋକ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri