କରୋନା ସହାୟତା: ହକି ଇଣ୍ଡିଆର ୨୫ ଲକ୍ଷ ଟଙ୍କା ଦାନ

ନୂଆଦିଲ୍ଳୀ,୧।୪(ପି.ଟି.): କୋଭିଡ-୧୯ ମହାମାରୀକୁ ରୋକିବା ଅଭିଯାନରେ ସାମିଲ ହୋଇଛି ହକି ଇଣ୍ଡିଆ। ଏଥିପାଇଁ ହକି ଇଣ୍ଡିଆ ୨୫ ଲକ୍ଷ ଟଙ୍କା ଦାନ କରିଛି। ବୁଧବାର ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ଏହି ଅର୍ଥ ପ୍ରଦାନ କରାଯାଇଛି। କରୋନା ମହାମାରୀକୁ ରୋକିବାକୁ ଦେଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସ୍ବତନ୍ତ୍ର ଇମର୍ଜେନ୍ସି ଫଣ୍ଡ ଘୋଷଣା କରିବା ପରେ ଅର୍ଥ ଦାନ ଦେବାକୁ ହକି ଇଣ୍ଡିଆ କାର୍ଯ୍ୟକାରୀ ବୋର୍ଡ ଏ ସଂକ୍ରାନ୍ତରେ ନିଷ୍ପତ୍ତି ନେଇଛି।
ଦେଶ ଏକ ଘଡିସନ୍ଧି ମୁହୂର୍ତ୍ତରେ ଗତି କରୁଛି। ଏତିକି ବେଳେ ସମସ୍ତେ ଏକାଠି ହେବା ଆବଶ୍ୟକ। ଦେଶର ସମସ୍ତ ନାଗରିକ ସେମାନଙ୍କ ଦାୟିତ୍ୱ ହୃଦୟଙ୍ଗମ କରିବା ସହ ଏହାକ ସମ୍ପାଦନ କରିବା ମଧ୍ୟ ଆବଶ୍ୟକ। ମିଳିତ ଭାବେ ସର୍ମସମ୍ମତି କ୍ରମେ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ୨୫ ଲକ୍ଷ ଟଙ୍କା ଦେବାକୁ ଆମେ ନିଷ୍ପତ୍ତି ନେଇଛୁ ବୋଲି ହକି ଇଣ୍ଡିଆ ଅଧ୍ୟକ୍ଷ ମହମ୍ମଦ ମୁସ୍ତାକ ଅହମ୍ମଦ କହିଛନ୍ତି। ଦେଶର ନାଗରିକ ସବୁବେଳେ ହକି ଇଣ୍ଡିଆକୁ ଭଲପାଇବା ସହ ସମର୍ଥନ ଜଣାଇ ଆସିଛନ୍ତି। ଏହି ମହାମାରୀକୁ ରୋକିବା ପାଇଁ ଯଥା ସମ୍ଭବ ଆମେ ସାହାଯ୍ୟ କରିବାକୁ ପ୍ରସ୍ତୁତ ବୋଲି ସେ କହିଛନ୍ତି। ଏହି ଭାଇରସ ସଂକ୍ରମଣ ଲଢେଇରେ ହକି ଇଣ୍ଡିଆ ସମ୍ପୂର୍ଣ୍ଣ ଭାବେ ସହଯୋଗ କରିବାକୁ ଚାହୁଛି ବୋଲି ହକି ଇଣ୍ଡିଆ ସାଧାରଣ ସମ୍ପାଦକ ରାଜିନ୍ଦର ସିଂ କହିଛନ୍ତି। କରୋନା ଭାଇରସରେ ସାରା ବିଶ୍ୱରେ ୮ ଲକ୍ଷ ଲୋକ ସଂକ୍ରମିତ ହୋଇଛନ୍ତି ଓ ଏପର୍ଯ୍ୟନ୍ତ ୪୨,୦୦୦ ଲୋକ ପ୍ରାଣ ହରାଇଛନ୍ତି। କେବଳ ଭାରତରେ ଏପର୍ଯ୍ୟନ୍ତ ୧୩୦୦ ଲୋକ ସଂକ୍ରମିତ ହୋଇଥିବା ବେଳେ ୩୫ ଜଣ ଲୋକ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

ମୁମ୍ବାଇ ଇଣ୍ଡିଆନ୍ସ ସହ ଗୁଜରାଟ ଟାଇଟାନ୍ସକୁ ବି ଡୁବେଇଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପୂର୍ବତନ କ୍ରିକେଟର୍‌ ଆଣିଲେ ଅଭିଯୋଗ

ନୂଆଦିଲ୍ଲୀ,୧୮।୪: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଗୁଜରାଟ ଟାଇଟାନ୍ସ ଆଇପିଏଲ ୨୦୨୨ ଜିତିଥିଲା। ଏହା ପରେ, ଗୁଜରାଟ ଆଇପିଏଲ ୨୦୨୩ରେ ରନର୍‌ ଅପ୍‌ ହୋଇଥିଲା। କିନ୍ତୁ ଏହି...

କୋହଲିଙ୍କଠାରୁ ପ୍ରେରଣା ପାଇ ୟୁପିଏସ୍‌ସିରେ ତୃତୀୟ ସ୍ଥାନ ହାସଲ କଲେ ଅନନ୍ୟା: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୪: ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଦୁନିଆର ଅନ୍ୟତମ ଲୋକପ୍ରିୟ ଆଥଲେଟ ଅଟନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ତାଙ୍କର ୮୦୦ ମିଲିୟନରୁ ଅଧିକ ଫଲୋଅର୍ସ...

ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ

ଅହମଦାବାଦ,୧୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇ ତୃତୀୟ ବିଜୟ ହାସଲ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ ବ୍ୟାଟିଂ କରି ଟାଇଟନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri