କରୋନା ସହ ଲଢ଼ୁଥିବା ରଓ୍ବୋ ରାଜକୁମାରୀ ବଖାଣିଲେ ହସ୍ପିଟାଲର ଅନୁଭୂତି

ମୁମ୍ବାଇ,୮।୬: ଟେଲି ଅଭିନେତ୍ରୀ ତଥା ମଧ୍ୟପ୍ରଦେଶର ରଓ୍ବୋ ରାଜକୁମାରୀ ମୋହେନା କୁମାରୀ ସିଂହ ଓ ତାଙ୍କ ପୁରା ପରିବାର ଏବେ କରୋନା କବଳରେ। ମୋହେନାଙ୍କ ସହ ପରିବାରର ୨୧ଜଣ ସଦସ୍ୟ କରୋନା ସଂକ୍ରମଣରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସମସ୍ତ ଆକ୍ରାନ୍ତଙ୍କୁ ଉତ୍ତରାଖଣ୍ଡର ରିଷିକେଶ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କରୋନା ସହ ଲଢ଼ୁଥିବା ମୋହେନା ନିକଟରେ ଇନ୍‌ଷ୍ଟାଗ୍ରାମରେ ଲାଇଭ୍‌ ଭିଡିଓ କରି ନିଜ କଷ୍ଟ ବିଷୟରେ ବଖାଣିଛନ୍ତି। ସେହି ସମୟରେ ସେ ଅନ୍‌ଲାଇନରେ ନିଜ ବନ୍ଧୁଙ୍କୁ ଦେଖି କାନ୍ଦି ପକାଇଥିବା ଦେଖିବାକୁ ମିଳିଛି। ଏଥିସହ ହସ୍ପିଟାଲରେ ଚିକିତ୍ସିତ ହେଉଥିବାର ୬ଦିନ ବିତିଯାଇଥିଲେ ମଧ୍ୟ ତାଙ୍କ ରିପୋର୍ଟ କରୋନା ନେଗେଟିଭ୍‌ ଆସି ନ ଥିବାରୁ ସେ ଚିନ୍ତିତ ଥିବା ଭିଡିଓରେ ଜଣାପଡ଼ୁଛି। ଉକ୍ତ ଭିଡିଓରେ ମୋହେନା କହିଛନ୍ତି, ଶାରିରୀକ ସ୍ତରରେ ସୁସ୍ଥ ଥିଲେ ମଧ୍ୟ ସେ ମାନସିକ ସ୍ତରରେ ଅସୁସ୍ଥତା ଅନୁଭବ କରୁଛନ୍ତି। ତାଙ୍କର ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ସର୍ବପ୍ରଥମେ ମୋହେନା ଶାଶୁଙ୍କ ଦେହ ଅସୁସ୍ଥ ହୋଇଥିଲା। ଏହାପରେ ସେ ମଧ୍ୟ ଅସୁସ୍ଥ ଅନୁଭବ କରିଥିଲେ। ପରେ ଦୁହିଁଙ୍କର ଯାଞ୍ଚ କରାଯାଇଥିବା ବେଳେ ରିପୋର୍ଟ ନେଗେଟିଭ୍‌ ଆସିଥିଲା। କିନ୍ତୁ ଶାଶୁଙ୍କର ଜ୍ୱର ନ କମିବାରୁ ପୁଣି ଥରେ ଯାଞ୍ଚ କରାଯାଇଥିଲା। ହେଲେ ଚଳିତ ଥର ତାଙ୍କର ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଥିଲା ବୋଲି ମୋହିନା ଲାଇଭ୍‌ ଚାଟ୍‌ରେ କହିଥିଲେ। ତେବେ ସୁରକ୍ଷା ଦୃଷ୍ଟିରୁ ପରିବାରର ଅନ୍ୟ ସଦସ୍ୟଙ୍କୁ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଇ ଦିଆଯାଇ ଯାଞ୍ଚ କରାଯାଇଥିଲା। ସେଥିରେ ଅଧିକରୁ ଅଧିକ ରିପୋର୍ଟ ପଜିଟିଭ୍‌ ବାହାରିଥିବା ବେଳେ ସେମାନଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri