କରୋନା ସହ ଲଢ଼େଇ: ଏପ୍ରିଲ୍‌ ୧୪ ପର୍ଯ୍ୟନ୍ତ ନିଜକୁ ପ୍ରସ୍ତୁତ କରୁଛନ୍ତି ସରକାର; ବଢୁଥିବା ତାପମାତ୍ରା ବି ସୁହାଇବ

ନୂଆଦିଲ୍ଲୀ,୧।୪: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ଭାରତରେ ଆତଙ୍କ ଦେଖାଦେଇଛି। ସାମାଜିକ ଦୂରତା ଅବଲମ୍ବନ କରିବା ଲାଗି ସରକାର ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ତେବେ ପ୍ରକୃତପକ୍ଷେ ସରକାର କରୋନା ସହିତ ଲଢ଼େଇ ପାଇଁ ନିଜକୁ ଏହି ସମୟ ମଧ୍ୟରେ ନିଜକୁ ପ୍ରସ୍ତୁତ କରୁଥିବା କୁହାଯାଉଛି। ଏହି ସମୟ ମଧ୍ୟରେ ଆବଶ୍ୟକ ଯାଞ୍ଚ୍‌ କିଟ୍‌ ଏବଂ ଭେଣ୍ଟିଲେଟର ସମେତ ଅନ୍ୟ ଉପକରଣ ଆଦି ଯୋଗାଡ଼ କରିବାରେ ସରକାର ବ୍ୟସ୍ତ ଅଛନ୍ତି। ଆସନ୍ତା ସପ୍ତାହ ଅର୍ଥାତ୍‌ ଏପ୍ରିଲ୍‌ ୬-୭ ସୁଦ୍ଧା ଯାଞ୍ଚ୍‌ କିଟ୍‌ ଉପଲବ୍ଧ ହୋଇପାରିବାର ଆଶା ରହିଛି। ଏହି ସମୟରେ ମଧ୍ୟରେ ଦକ୍ଷ ସ୍ବାସ୍ଥ୍ୟକର୍ମୀଙ୍କୁ ଅନ୍‌ଲାଇନ୍‌ରେ ତାଲିମ୍‌ ଦିଆଯାଉଛି। ଭାରତରେ ଜନସଂଖ୍ୟା ଘନତ୍ୱ ଅଧିକ ଥିବାରୁ କରୋନା ସହିତ ଲଢ଼େଇ କରିବା ପୂର୍ବରୁ ସରକାର ଆବଶ୍ୟକ ସରଞ୍ଜାମ ଯୋଗାଡ଼ ଉପରେ ଲକ୍ଷ୍ୟ ରଖିଛନ୍ତି। ଏପ୍ରିଲ୍‌ ୧୪ ପରେ ଦେଶର ତାପମାତ୍ରାରେ ପରିବର୍ତ୍ତନ ହେବ। ତାପମାତ୍ରା ବଢ଼ିଲେ ଏହା ଲଢ଼େଇକୁ ସୁହାଇବ ବୋଲି ଅନୁମାନ କରାଯାଉଛି। ଏହାଦ୍ୱାରା କରୋନା ସଂକ୍ରମଣ କମିବ ବୋଲି ଅନୁମାନ କରାଯାଉଛି। ତେବେ ସରକାର ଦେଶର ସ୍ଥିତି, ପରିସ୍ଥିିତିକୁ ଦୃଷ୍ଟିରେ ରଖି କରୋନାକୁ ହରାଇବାର ଲକ୍ଷ୍ୟ ରଖିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri