କରୋନା ସେବା ପାଇଁ ନିଜ ବିବାହ ରୋକିଲେ ପିଇଓ

ନିମାପଡ଼ା,୧୧ା୫(ଡି.ଏନ.ଏ): ବିଶ୍ୱରେ ଏବେ ମହାମାରୀ କରୋନା ସଂକ୍ରମଣର ଘୋର ବିଭୀଷିକା ଦେଖାଦେଇଛି। କରୋନା ଯୁଦ୍ଧର ମୁକାବିଲା ପାଇଁ ପୋଲିସ, ସ୍ବାସ୍ଥ୍ୟକର୍ମୀ, ଡାକ୍ତର, ନର୍ସ, ଅଙ୍ଗନଓ୍ବାଡି କର୍ମୀ, ଆଶାକର୍ମୀ, ସରକାରୀ ଅଫିସରମାନେ ନିଜ ଜୀବନକୁ ବାଜି ଲଗାଇ ଜନସାଧାରଣଙ୍କ ସେବା କରୁଛନ୍ତି। ଏଭଳି ବିପତ୍ତି ସମୟରେ ଏହି କରୋନା ଯୋଦ୍ଧାମାନେ ନିଜ ବ୍ୟକ୍ତିଗତ କାର୍ଯ୍ୟକୁ ମଧ୍ୟ ପଛରେ ପକାଇ ଦେଇ କର୍ତ୍ତବ୍ୟକୁ ଆଗେ ଦେଖୁଛନ୍ତି। ଏହି କ୍ଷେତ୍ରରେ ନିମାପଡ଼ାର ବ୍ଳକର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ସରୋଜ କୁମାର ଦାସ ନିଜ ବିବାହ କାର୍ଯ୍ୟକୁ ରୋକି ରାଜ୍ୟ ବାହାର ଫେରନ୍ତା ପ୍ରବାସୀଙ୍କ ସେବାରେ ନିଜକୁ ନିୟୋଜିତ ରଖିଛନ୍ତି। ପିଇଓ ଦାସଙ୍କ ଚଳିତ ମାସ ୨୦ତାରିଖରେ ଜଣେ ଶିକ୍ଷୟିତ୍ରୀଙ୍କ ସହ ବିବାହ ପାଇଁ ଦିନଧାର୍ଯ୍ୟ ହୋଇଥିଲା। ତେବେ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ୁଥିବା ସ୍ଥିତିକୁ ଦେଖି କର୍ତ୍ତବ୍ୟ, ଲୋକଙ୍କ ସେବା ମୋ ପାଇଁ ବଡ ବୋଲି କହି ପିଇଓ ବିବାହକୁ ରୋକି ଦେଇଛନ୍ତି। ସେ ଏବେ ନିମାପଡ଼ା ବ୍ଳକ ବାମନାଳ ପଞ୍ଚାୟତର କ୍ୱାରାଣ୍ଟାଇନ ସେଣ୍ଟରରେ ପିଇଓ ଭାବେ କାର୍ଯ୍ୟରତ ଅଛନ୍ତି। ଏପରିକି ତାଙ୍କ ଭାବିପତ୍ନୀ ମଧ୍ୟ ଏବେ କରୋନା କାର୍ଯ୍ୟରେ ନିୟୋଜିତ ଥିବାରୁ ପିଇଓଙ୍କ କଥାରେ ସହମତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri