କରୋନା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୬: ଅନ୍‌ଲକ୍‌-୧ ମଧ୍ୟରେ କରୋନା ସ୍ଥିତିକୁ ନେଇ ମଙ୍ଗଳବାର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲେଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦି ଏହି ମହାମାରୀକୁ ରୋକିବା ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ୨ ଦିନ ଧରି ଦେଶର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ। ସୂଚନାଯୋଗ୍ୟ, ଜୁନ ୧୬ ଅର୍ଥାତ୍‌ ମଙ୍ଗଳବାର ୨୧ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ପ୍ରଧାନମନ୍ତ୍ରୀ ଆଲୋଚନା କରିବେ। ସେହିପରି ଜୁନ ୧୭ରେ ଅନ୍ୟ ୧୫ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପରାଜ୍ୟପାଳଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ ମୋଦି କଥାବାର୍ତ୍ତା କରିବେ ବୋଲି ସୂଚନା ରହିଛି। ଏହି ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟ ଓ ଯୋଜନା ଉପରେ ଆଲୋଚନା ହୋଇପାରେ। ସୂଚନା ମୁତାବକ କରୋନା ସଙ୍କଟକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଗତ ୮୮ଦିନରେ ଷଷ୍ଠଥର ପାଇଁ ଭିଡିଓ କନ୍‌ଫରେନ୍ସ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍‌ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri