କରୋନା ସ୍ଥିତି ଅନୁଧ୍ୟାନ କଲେ ଉପଜିଲାପାଳ

ବାମରା, ୩୦।୩ (ଡି.ଏନ.ଏ.)-ବର୍ତ୍ତମାନ କରୋନା ପାଇଁ ସାରା ଦେଶ ସମ୍ପୂର୍ଣ୍ଣ ଲକ ଡାଉନ ପରିସ୍ଥିତିରେ ଗତି କରୁଥିବା ବେଳେ ଏହାକୁ ନେଇ ରାଜ୍ୟ ସରକାର ଜିଲା ପ୍ରଶାସନକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ କୁଚିଣ୍ଡା ଉପଜିଲାପାଳ ବିଶ୍ୱରଞ୍ଜନ ନାୟକ କରୋନା ଭାଇରସ ଲାଗି ହୋଇଥିବା ସରକାରୀ ବ୍ୟବସ୍ଥାର ସ୍ଥିତି ଅନୁଧ୍ୟାନ କରିବାକୁ ବାମରା ପହଞ୍ଚତ୍ଥିଲେ । ଗୋବିନ୍ଦପୁର ଥାନାରେ ଉପଜିଲାପାଳଙ୍କ ଆବାହକତ୍ୱରେ କୁଚିଣ୍ଡା ଏସଡିପିଓ ରାଜକିଶୋର ମିଶ୍ର, ବାମରା ତହସିଲଦାର ଅନୀଲ କୁମାର କୁଲୁ, ବିଡିଓ ଗୋବିନ୍ଦ ଡନସନା, ସମ୍ବଲପୁର ଏଡିଏମଓ ପଞ୍ଚାନନ ନାଏକ, ଗୋବିନ୍ଦପୁର ଥାନା ଆଇଆଇସି ପିକେ ରଣା, ଏସଆଇ ଥୋମାସ କେର୍କେଟା ପ୍ରମୁଖ ଉପସ୍ଥିତ ରହି ବାମରା ଅଞ୍ଚଳରେ କରୋନାକୁ ନେଇ ହୋଇଥିବା ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଥିଲା । ଏହା ବ୍ୟତିତ ରାଜ୍ୟ ତଥା ବିଦେଶରୁ ଆସିଥିବା ଲୋକଙ୍କ ଉପରେ ନଜର ରଖି ବିଧିବଦ୍ଧ କାର୍ଯ୍ୟାନୁଷ୍ଠାନ ନିମନ୍ତେ ପରାମର୍ଶ ଦିଆଯାଇଥିଲା । ପ୍ରତିଦିନ ସନ୍ଧ୍ୟା ୫ଟାରେ ଏନେଇ ରିପୋର୍ଟ ପ୍ରସ୍ତୁତ କରାଯାଉଥିବା ଜଣାପଡିଛି । ବାମରା ବସଷ୍ଟାଣ୍ଡ ଛକକୁ ଯାଇ ଯାନବାହାନ ଯାଞ୍ଚ କରି ଲୋକଙ୍କୁ ବିନା କାରଣରେ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ପରେ ଗୋବିନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଯାଇ କରୋନା ବିଚ୍ଛିନ୍ନତା ଗୃହ ପରିଦର୍ଶନ କରିଥିଲେ । ସେଠାରେ ଡାକ୍ତର ପିକେ ମହାନ୍ତି, ଡା. କେବି ଡୁଙ୍ଗଡୁଙ୍ଗ, ଡା. ଶ୍ୱେତାମ୍ବରି ଆଚାର୍ଯ୍ୟ, ଡା. ସମ୍ବିତ ପ୍ରଧାନ ଓ ସ୍ବାସ୍ଥ୍ୟସେବା ଯୋଗାଉଥିବା କର୍ମଚାରୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରି ଉପ ଜିଲାପାଳ ବୁଝିଥିଲେ । ପରେ ଗୋବିନ୍ଦପୁର ପଞ୍ଚାୟତ ପଣ୍ଡରିପଥର ଅଞ୍ଚଳକୁ ଯାଇ କୁଚିଣ୍ଡା ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri