କରୋନା ସ୍ଥିତି ସମୀକ୍ଷା, ହାଟବଜାର ପରିଦର୍ଶନ କଲେ ଉପଜିଲାପାଳ

ବିଜେପୁର, ୨୫।୩(ଡି.ଏନ୍‌.ଏ.): କରୋନା ପାଇଁ ଚାରିଆଡ଼େ ଭୟର ବାତାବରଣ ଖେଳିଯାଇଛି। ଏହାକୁ ପ୍ରତିହତ କରିବାର ଏକମାତ୍ର ମାଧ୍ୟମ ହେଲା ଜନଗହଳିରୁ ଦୂରେଇ ରହିବା। ଏହି କ୍ରମରେ ବରଗଡ଼ ଜିଲା ବିଜେପୁର ବ୍ଲକରେ ବୁଧବାର ପଦ୍ମପୁର ଉପଜିଲାପାଳ ତନ୍ମୟ କୁମାର ଦର୍‌ଓ୍ବାନ କରୋନା ସ୍ଥିତିର ସମୀକ୍ଷା କରିଛନ୍ତି। ପୂର୍ବାହ୍ନରେ ସେ ପ୍ରଥମେ ଅସ୍ଥାୟୀ ଭାବେ ବସୁଥିବା ହାଇସ୍କୁଲ ପଡ଼ିଆର ଡେଲି ମାର୍କେଟକୁ ଯାଇଥିଲେ। ବ୍ୟବସାୟୀଙ୍କ ମଧ୍ୟରେ ୪ଫୁଟ ବ୍ୟବଧାନ ରଖିବା ସହ ଗହଳି ନ କରିବାକୁ ପରାମର୍ଶ ଦେଇଥିଲେ। ସ୍ଥାନୀୟ ଏନ୍‌ଏସିର ବିଭିନ୍ନ ରାଶନ ଦୋକାନ ପରିଦର୍ଶନ କରିବା ସହ ସକାଳ ୭ଟାରୁ ଅପରାହ୍ନ ୪ଟାଯାଏ ଖୋଲା ରଖିବାକୁ ପରାମର୍ଶ ଦେଇଥିଲେ। ବିଦେଶୀ ଓ ଦେଶୀ ମଦ ଦୋକାନ ପରିଦର୍ଶନ କରିବା ସହ ଆଗାମୀ ୨୯ ତାରିଖ ଯାଏ ଏହାକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ଉପଜିଲାପାଳ ହସ୍ପପିଟାଲ ପରିସରରେ ଥିବା ଆହାର କେନ୍ଦ୍ର ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବୁଲି ଦେଖିଥିଲେ। ଏନ୍‌ଏସି ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ମାତ୍ର ୪/୫ଜଣ ହୋମ୍‌ କ୍ବାରାଣ୍ଟାଇନ୍‌ରେ ରହିଛନ୍ତି। ସେହିପରି ୨୩ ପଞ୍ଚାୟତବିଶିଷ୍ଟ ଏହି ବ୍ଲକରେ ବୁଧବାର ମଧ୍ୟାହ୍ନ ସୁଦ୍ଧା ୧୫୦ଜଣ ହୋମ୍‌ କ୍ବାରାଣ୍ଟାଇନ୍‌ରେ ରହିଥିବା ବ୍ଲକ ପ୍ରଶାସନ ପକ୍ଷରୁ ଜଣାପଡିଛି। ବିଡିଓ ପଦ୍ମନାଭ ସାମନ୍ତରାୟ, ତହସିଲଦାର କୁଳମଣି ରଣବିଡା, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରୁକ୍ମଣ ମେହେର ପ୍ରମୁଖ ଉପଜିଲାପାଳଙ୍କ ସହ ପରିଦର୍ଶନରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri