କରୋନା UPDATE: ବିଶ୍ୱରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୭ହଜାର ୯୭୬, ଭାରତରେ ୧୯୬୫, ଓଡ଼ିଶାରେ ୫ ପଜିଟିଭ

ଭୁବନେଶ୍ୱର,୨।୪(ବ୍ୟୁରୋ): ସମଗ୍ର ବିଶ୍ୱ ଏବେ ମହାମାରୀ କରୋନା କବଳରେ। ବୁଧବାର ୨୦୩ ଦେଶ ଏବଂ ଦୁଇଟି ଜାହାଜରେରେ କରୋନା ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହା ସମାନ ରହିଛି। ସେହିଭଳି ଆକ୍ରାନ୍ତଙ୍କ ସଂଖ୍ୟା ୮ଲକ୍ଷ ୬୨ହଜାର ୪୯୫ଜଣ ଥିବା ବେଳେ ୯ଲକ୍ଷ ୩୭ ହଜାର ୯୭୬ରେ ପହଞ୍ଚିଛି। ମୃତକ ସଂଖ୍ୟା ୪୨୬୧୦ ଥିବା ବେଳେ ଗୁରୁବାର ଏହା ୪୭୨୭୯ରେ ପହଞ୍ଚିଛି। ସେହିଭଳି ଭାରତରେ ଗୁରୁବାର ୧୯୬୫ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମୃତକଙ୍କ ସଂଖ୍ୟା ୫୦ ଛୁଇଁଛି। କରୋନାର ଲକ୍ଷଣ ଜ୍ୱର, କାଶ, ଶ୍ୱାସକଷ୍ଟ। ଏହା ୨ରୁ ୧୪ ଦିନ ମଧ୍ୟରେ ଏହା ନିଜକୁ ଜାହିର କରେ। ଏଥିରେ ଆକ୍ରାନ୍ତ ୯୫% ସୁସ୍ଥ ହେବାର ସମ୍ଭାବନା ରହିଥିବା ବେଳେ ୫%ଙ୍କ ଜୀବନ ହାନିର ସମ୍ଭାବନା ରହିଛି। ବିଶ୍ୱର ଆକ୍ରାନ୍ତଙ୍କ ସଂଖ୍ୟାକୁ ଦେଖିଲେ ୬ଲକ୍ଷ ୯୫ହଜାର ୩୩୮ଜଣ ପ୍ରାଥମିକ ଲକ୍ଷଣରେ ଅଛନ୍ତି। ଏମାନଙ୍କ ମଧ୍ୟରୁ ୯୫% ସାଧାରଣ ଲକ୍ଷଣ ରହିଛି। ମାତ୍ର ୫%ଙ୍କ ପରିସ୍ଥିତି ଗମ୍ଭୀର ରହିଛି। ସେହିଭଳି ରାଜ୍ୟରେ ୯୦୦ ନମୂନା ପରୀକ୍ଷା ପାଇଁ ଯାଇଥିବା ବେଳେ ସେଥିରୁ ପଜିଟିଭ-୫ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri