କର୍କଟ ରୋଗୀଙ୍କଠାରେ ବିରଳ ଅସ୍ତ୍ରୋପଚାର

କଟକ ଅଫିସ,୧୩ା୬: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କିଡ୍‌ନୀ କ୍ୟାନ୍ସର ରୋଗୀଙ୍କଠାରେ ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଢେଙ୍କାନାଳ ଜିଲାର ଏହି ରୋଗୀ ଜଣକ ସମସ୍ତ ପ୍ରକାର ପରୀକ୍ଷା କରାଇବା ସହ ରାଜ୍ୟର ଅନେକ ବେସରକାରୀ ଓ ସରକାରୀ ଚିକିତ୍ସାଳୟରେ ଅସ୍ତ୍ରୋପଚାର କରାଇବାକୁ ଚେଷ୍ଟା କରିଥିଲେ। ତାଙ୍କ ଦେହରେ ବଢୁଥିବା ଟ୍ୟୁମର କିଡ୍‌ନୀରୁ ହାର୍ଟର ଇନ୍‌ଫେରିଅର ଭେନାକାଭା (ପେଟକୁ ରକ୍ତବାହୀ ଶିରା) ଯାଏ ଲାଗିଥିଲା। ତେଣୁ ସବୁ ହସ୍ପିଟାଲ ଏହି ଜଟିଳ ଅସ୍ତ୍ରୋପଚାର କରିବାକୁ ମନା କରିଦେଇଥିଲେ। ଶେଷ ଆଶା ନେଇ ମେ’ ଶେଷ ସପ୍ତାହରେ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନକୁ ଆସିଥିଲେ ରୋଗୀ। ସେଠାରେ ଗତ ୭ ତାରିଖ ଡା. ଭାରତ ଭୂଷଣ ଶତପଥୀ ଓ ଡା. ଜୀବନ ଜ୍ୟୋତି ମିଶ୍ର ତାଙ୍କର ସଫଳ ଅସ୍ତ୍ରୋପଚାର କରିଛନ୍ତି। ଏହି ଅସ୍ତ୍ରୋପଚାରରେ ରୋଗୀଙ୍କ ଗୋଟିଏ କିଡ୍‌ନୀ ବାହାର କରାଯିବା ସହ ଇନ୍‌ଫେରିଅର ଭେନାକାଭା ପର୍ଯ୍ୟନ୍ତ ଲମ୍ବିଥିବା ଟ୍ୟୁମରକୁ କାଟି ବାହାର କରି ଦିଆଯାଇଛି। ଏବେ ରୋଗୀ ଜଣକ ସୁସ୍ଥ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଅସ୍ତ୍ରୋପଚାରରେ ଡା. ରେଖା ଦାସ, ଡା. ପ୍ରଜ୍ଞା ଦାସ, ଡା. ଶ୍ୟାମ ସାହୁ ଓ ସେବିକା ଲକି ବେହେରା ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଯୁବ ବ୍ୟବସାୟୀ ପାର୍ଥ ରାଉତଙ୍କ ଅକାଳ ବିୟୋଗ: ହାଟଡିହୀରେ ଶୋକର ଛାୟା, ବୈତରଣୀ କୂଳରେ…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦି ଛକର ଯୁବ ବ୍ୟବସାୟୀ ତଥା ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସାନଭାଇ ସୁଶାନ୍ତ ରାଉତ…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri