କର୍ତ୍ତବ୍ୟରତ ଜିଆରଏସ୍‌ଙ୍କୁ ପୋଲିସର ଲାଠିମାଡ଼

ଯାଜପୁର ଅଫିସ/ବରୀ(ସ୍ବ.ପ୍ର.),୨୭ା୪:  ଯାଜପୁର ଜିଲା ବରୀ ବ୍ଲକ କଳାମାଟିଆ ବ୍ୟାଙ୍କ ଛକ ନିକଟରେ ସୋମବାର ବରୀ ଥାନାର ଜଣେ କନଷ୍ଟେବଳ ବରୀ ବ୍ଲକ କାର୍ଯ୍ୟାଳୟର ଜଣେ କାର୍ଯ୍ୟରତ ଜିଆରଏସଙ୍କୁ ଲାଠି ମାଡ଼ କରିଥିବା ଅଭିଯୋଗ ହୋଇଛି। ଏନେଇ ସମ୍ପୃକ୍ତ ଜିଆରଏସ ବରୀ ଥାନାରେ ପ୍ରସନ୍ନଜିତ ବରାଳ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗରେ ସେ ଦର୍ଶାଇଛନ୍ତି ଯେ, ଜିଆରଏସ ସୋମବାର ପୂର୍ବାହ୍ନରେ କଳାମାଟିଆ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଉଥିବାବେଳେ ଡ୍ୟୁଟିରେ ଥିବା କନଷ୍ଟେବଳ କୁଆଡେ ଯାଉଛ ବୋଲି ପଚାରିଥିଲେ। ଜିଆରଏସ ବରାଳ ନିଜର ପରିଚୟ ପତ୍ର ଦେଖାଇ କାର୍ଯ୍ୟାଳୟକୁ ଯାଉଛି ବୋଲି ଉତ୍ତର ଦେଇଥିଲେ। ହେଲେ ଅଭିଯୁକ୍ତ କନଷ୍ଟେବଳ କିଛି ଖାତିର ନ କରି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରି ବାଡ଼େଇ ଚାଲିଥିଲେ। ଏନେଇ ଜିଆରଏସ ବରାଳ ପ୍ରଥମେ ବରୀ ବିଡିଓଙ୍କ ନିକଟରେ ଅଭିଯୋଗ କରିବା ପରେ ଥାନରେ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ବିଡିଓ ଶାଶ୍ୱତ କୁମାର ଜେନାଙ୍କୁ ପଚାରିବାରେ, ଜିଆରଏସ୍‌ଙ୍କୁ ପୋଲିସ ଆକ୍ରମଣ କରିଛି। ଏନେଇ ଥାନାରେ ଅଭିଯୋଗ କରାଯାଇଛି ବୋଲି କହିଛନ୍ତି। ବରୀ ଥାନାଧିକାରୀ ମାର୍କଣ୍ଡ ମିଶ୍ର ଅଭିଯୋଗ ଆଧାରରେ ତଦନ୍ତ ଜାରି ରହିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri