କର୍ତ୍ତୃପକ୍ଷ ଶୁଣିଲେନି, ଏକାଠି ହୋଇ କେନାଲ ଖୋଳିଲେ ଚାଷୀ

ଦିଗପହଣ୍ଡି,୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମୁଳା ଗ୍ରାମର ଚାଷଜମିକୁ ଜଳ ଯୋଗାଣ ପାଇଁ କହ୍ନେଇ ନାଳ ଜଳସେଚନ ପ୍ରକଳ୍ପର ଶାଖା କେନାଲ ଦୀର୍ଘବର୍ଷ ହେଲା ଅଳିଆ ଆବର୍ଜନାରେ ପୋତି ହୋଇଥିଲା। ଗ୍ରାମର ମା’ ବାଙ୍କେଶ୍ୱରୀ ମନ୍ଦିରଠାରୁ ହାଇସ୍କୁଲ ପର୍ଯ୍ୟନ୍ତ ପ୍ରାୟ ୮ ଶହ ଫୁଟ ଲମ୍ବ କେନାଲଟି ସମ୍ପୂର୍ଣ୍ଣ ପୋତି ହୋଇଯାଇଥିବାରୁ ସାନଡୁମୁଳା, ବୀରପଦ୍ମନାଭ ପୁର ଏବଂ ବଡ଼ଡୁମୁଳା ଅଧିନସ୍ଥ ପ୍ରାୟ ୧ ହାଜର ଏକରରୁ ଊର୍ଦ୍ଧ୍ୱ ଚାଷଜମିକୁ କେନାଲ ପାଣି ମାଡ଼ି ପାରୁ ନ ଥିଲା। ଫଳରେ ଗ୍ରାମ ସଂଲଗ୍ନ ଚାଷଜମି ଜଳସେଚନରୁ ବଞ୍ଚିତ ହୋଇଆସୁଥିଲା। ସମସ୍ୟାର ସମାଧାନ ପାଇଁ ସ୍ଥାନୀୟ ସାମାଜିକ କର୍ମୀ ଡ. ପ୍ରଫୁଲ୍ଲ ପଧାନଙ୍କ ନେତୃତ୍ୱରେ ଗ୍ରାମର ବହୁ ସଂଖ୍ୟକ ଚାଷୀ ଦିଗପହଣ୍ଡିସ୍ଥିତ କ୍ଷୁଦ୍ର ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟର ସହକାରୀ ଯନ୍ତ୍ରୀ ଏବଂ କନିଷ୍ଠଯନ୍ତ୍ରୀମାନଙ୍କୁ ଅବଗତ କରାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳି ନ ଥିଲା। ଶେଷରେ ଚାଷୀମାନେ ମିଳିତ ହୋଇ ପ୍ରାୟ ୮ ଶହ ଫୁଟ ଲମ୍ବ କେନାଲର ପୁନରୁଦ୍ଧାର କରିଛନ୍ତି। ଚାଷୀଙ୍କ ଏପରି କାମକୁ ସାଧାରଣରେ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri