Posted inଜାତୀୟ

କର୍ନାଟକରେ ଜାରି ହୋଇପାରେ ରାଷ୍ଟ୍ରପତି ଶାସନ:୩ ବିଦ୍ରୋହୀ ବିଧାୟକ ଅଯୋଗ୍ୟ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୬।୭(ପି.ଟି.):କର୍ନାଟକରେ ଏଚ୍‌.ଡି. କୁମାରସ୍ବାମୀଙ୍କ ନେତୃତ୍ୱାଧୀନ ୧୪ ମାସିଆ ମେଣ୍ଟ ସରକାର ଆସ୍ଥାଭୋଟରେ ପରାଜିତ ହେବାର ଦୁଇଦିନ ପରେ ବିଧାନସଭା ବାଚସ୍ପତି କେ.ଆର. ରମେଶ କୁମାର ୩ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି। ଅନ୍ୟ ୧୪ ବିଦ୍ରୋହୀ ବିଧାୟକମାନଙ୍କ ସମ୍ପର୍କରେ ମଧ୍ୟ ଖୁବ୍‌ଶୀଘ୍ର ନିଷ୍ପତ୍ତି ନେବେ ବୋଲି ଗୁରୁବାର ବାଚସ୍ପତି ସ୍ପଷ୍ଟ କରିଛନ୍ତି।
ଇସ୍ତଫା ଦେଇଥିବା ସ୍ବାଧୀନ ବିଧାୟକ ଆର. ଶଙ୍କରଙ୍କୁ ପଞ୍ଚଦଶ ବିଧାନସଭା ଶେଷ ହେବା ପର୍ଯ୍ୟନ୍ତ ଅର୍ଥାତ ୨୦୨୩ ଯାଏ ବାଚସ୍ପତି ଅଯୋଗ୍ୟ ଘୋଷଣା କରିଛନ୍ତି। ସେହିପରି ଦଳବଦଳ ଆଇନର ଦଶମ ଅନୁଚ୍ଛେଦ ଅନୁସାରେ କଂଗ୍ରେସ ବିଧାୟକ ରମେଶ ଜାର୍କିହୋଲି ଓ ମହେଶ କୁମଥାଲ୍ଲୀଙ୍କୁ ମଧ୍ୟ ଅଯୋଗ୍ୟ ଘୋଷଣା କରାଯାଇଛି। ଏହି ବିଧାୟକମାନେ ବିଧାନସଭାକୁ ଆସିପାରିବେ ନାହିଁ କି ଗୃହର ଅବଧି ଶେଷ ହେବା ଯାଏ ନିର୍ବାଚନ ଲଢ଼ିପାରିବେ ନାହିଁ। କଂଗ୍ରେସ ଏବଂ ଜେଡିଏସ୍‌ର ଅବଶିଷ୍ଟ ୧୪ ବିଦ୍ରୋହୀ ବିଧାୟକମାନଙ୍କ ସମ୍ପର୍କରେ ଦିନେ ଦୁଇଦିନ ମଧ୍ୟରେ ନିଷ୍ପତ୍ତି ନେବେ ବୋଲି ବେଙ୍ଗାଲୁରୁରେ ଏକ ଖବରଦାତା ସମ୍ମିଳନୀରେ ବାଚସ୍ପତି କହିଛନ୍ତି। ଏହି କାର୍ଯ୍ୟାନୁଷ୍ଠାନକୁ କଂଗ୍ରେସ ପକ୍ଷରୁ ସ୍ବାଗତ କରାଯାଇଛି। ପ୍ରକାଶ ଯେ, ଶାସକ ମେଣ୍ଟର ୧୫ ବିଦ୍ରୋହୀ ବିଧାୟକ ଇସ୍ତଫା ଦେବା ପରେ ୨ ସ୍ବାଧୀନ ବିଧାୟକ ସରକାରଙ୍କଠାରୁ ସମର୍ଥନ ପ୍ରତ୍ୟାହାର କରିଥିଲେ। ଫଳରେ ୩ ସପ୍ତାହ ଧରି ସରକାର ବଞ୍ଚାଇବା ପାଇଁ କୁମାରସ୍ବାମୀ ଉଦ୍ୟମ କରିଥିଲେ। ଶେଷରେ ମଙ୍ଗଳବାର ବିଧାନସଭାରେ ଆସ୍ଥାଭୋଟରେ କୁମାରସ୍ବାମୀ ସରକାର ପରାଜିତ ହୋଇଥିଲେ। ସେପଟେ ପୁଣିଥରେ ମୁଖ୍ୟମନ୍ତ୍ରୀ ହେବା ପାଇଁ ପାଗ ଭିଡ଼ିଥିବା ଭାଜପା ନେତା ବି.ଏସ୍‌. ୟେଦୁରପ୍ପା କେନ୍ଦ୍ରୀୟ ନିର୍ଦ୍ଦେଶକୁ ଅପେକ୍ଷା କରି ବସିଛନ୍ତି। ଜଗଦୀଶ ଶେଟ୍ଟାର, ଅରବିନ୍ଦ ଲିମ୍ବାଭଲି ଓ ବାସବରାଜ ବୋମ୍ମାଇଙ୍କ ସମେତ କର୍ନାଟକ ଭାଜପାର କେତେଜଣ ନେତା ଗୁରୁବାର ଦଳର ଅଧ୍ୟକ୍ଷ ଅମିତ୍‌ ଶାହଙ୍କୁ ଭେଟି ଭବିଷ୍ୟତ କାର୍ଯ୍ୟପନ୍ଥା ନେଇ ଆଲୋଚନା କରିଛନ୍ତି। ଶାହ ଦିନେ ଦୁଇଦିନ ମଧ୍ୟରେ ନିଷ୍ପତ୍ତି ନେବେ ବୋଲି ଜଣାପଡ଼ିଛି। ୟେଦୁରପ୍ପାଙ୍କୁ ସରକାର ଗଠନ ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି ଜଣାଇବା ସକାଶେ ଶାହ ନିର୍ଦ୍ଦେଶ ନ ଦେଲେ କର୍ନାଟକରେ ରାଷ୍ଟ୍ରପତି ଶାସନ ଜାରି କରିବା ଲାଗି ରାଜ୍ୟପାଳ ସୁପାରିସ କରିପାରନ୍ତି ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri