Posted inଜାତୀୟ

କର୍ନାଟକରେ ଜାରି ହୋଇପାରେ ରାଷ୍ଟ୍ରପତି ଶାସନ:୩ ବିଦ୍ରୋହୀ ବିଧାୟକ ଅଯୋଗ୍ୟ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୬।୭(ପି.ଟି.):କର୍ନାଟକରେ ଏଚ୍‌.ଡି. କୁମାରସ୍ବାମୀଙ୍କ ନେତୃତ୍ୱାଧୀନ ୧୪ ମାସିଆ ମେଣ୍ଟ ସରକାର ଆସ୍ଥାଭୋଟରେ ପରାଜିତ ହେବାର ଦୁଇଦିନ ପରେ ବିଧାନସଭା ବାଚସ୍ପତି କେ.ଆର. ରମେଶ କୁମାର ୩ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି। ଅନ୍ୟ ୧୪ ବିଦ୍ରୋହୀ ବିଧାୟକମାନଙ୍କ ସମ୍ପର୍କରେ ମଧ୍ୟ ଖୁବ୍‌ଶୀଘ୍ର ନିଷ୍ପତ୍ତି ନେବେ ବୋଲି ଗୁରୁବାର ବାଚସ୍ପତି ସ୍ପଷ୍ଟ କରିଛନ୍ତି।
ଇସ୍ତଫା ଦେଇଥିବା ସ୍ବାଧୀନ ବିଧାୟକ ଆର. ଶଙ୍କରଙ୍କୁ ପଞ୍ଚଦଶ ବିଧାନସଭା ଶେଷ ହେବା ପର୍ଯ୍ୟନ୍ତ ଅର୍ଥାତ ୨୦୨୩ ଯାଏ ବାଚସ୍ପତି ଅଯୋଗ୍ୟ ଘୋଷଣା କରିଛନ୍ତି। ସେହିପରି ଦଳବଦଳ ଆଇନର ଦଶମ ଅନୁଚ୍ଛେଦ ଅନୁସାରେ କଂଗ୍ରେସ ବିଧାୟକ ରମେଶ ଜାର୍କିହୋଲି ଓ ମହେଶ କୁମଥାଲ୍ଲୀଙ୍କୁ ମଧ୍ୟ ଅଯୋଗ୍ୟ ଘୋଷଣା କରାଯାଇଛି। ଏହି ବିଧାୟକମାନେ ବିଧାନସଭାକୁ ଆସିପାରିବେ ନାହିଁ କି ଗୃହର ଅବଧି ଶେଷ ହେବା ଯାଏ ନିର୍ବାଚନ ଲଢ଼ିପାରିବେ ନାହିଁ। କଂଗ୍ରେସ ଏବଂ ଜେଡିଏସ୍‌ର ଅବଶିଷ୍ଟ ୧୪ ବିଦ୍ରୋହୀ ବିଧାୟକମାନଙ୍କ ସମ୍ପର୍କରେ ଦିନେ ଦୁଇଦିନ ମଧ୍ୟରେ ନିଷ୍ପତ୍ତି ନେବେ ବୋଲି ବେଙ୍ଗାଲୁରୁରେ ଏକ ଖବରଦାତା ସମ୍ମିଳନୀରେ ବାଚସ୍ପତି କହିଛନ୍ତି। ଏହି କାର୍ଯ୍ୟାନୁଷ୍ଠାନକୁ କଂଗ୍ରେସ ପକ୍ଷରୁ ସ୍ବାଗତ କରାଯାଇଛି। ପ୍ରକାଶ ଯେ, ଶାସକ ମେଣ୍ଟର ୧୫ ବିଦ୍ରୋହୀ ବିଧାୟକ ଇସ୍ତଫା ଦେବା ପରେ ୨ ସ୍ବାଧୀନ ବିଧାୟକ ସରକାରଙ୍କଠାରୁ ସମର୍ଥନ ପ୍ରତ୍ୟାହାର କରିଥିଲେ। ଫଳରେ ୩ ସପ୍ତାହ ଧରି ସରକାର ବଞ୍ଚାଇବା ପାଇଁ କୁମାରସ୍ବାମୀ ଉଦ୍ୟମ କରିଥିଲେ। ଶେଷରେ ମଙ୍ଗଳବାର ବିଧାନସଭାରେ ଆସ୍ଥାଭୋଟରେ କୁମାରସ୍ବାମୀ ସରକାର ପରାଜିତ ହୋଇଥିଲେ। ସେପଟେ ପୁଣିଥରେ ମୁଖ୍ୟମନ୍ତ୍ରୀ ହେବା ପାଇଁ ପାଗ ଭିଡ଼ିଥିବା ଭାଜପା ନେତା ବି.ଏସ୍‌. ୟେଦୁରପ୍ପା କେନ୍ଦ୍ରୀୟ ନିର୍ଦ୍ଦେଶକୁ ଅପେକ୍ଷା କରି ବସିଛନ୍ତି। ଜଗଦୀଶ ଶେଟ୍ଟାର, ଅରବିନ୍ଦ ଲିମ୍ବାଭଲି ଓ ବାସବରାଜ ବୋମ୍ମାଇଙ୍କ ସମେତ କର୍ନାଟକ ଭାଜପାର କେତେଜଣ ନେତା ଗୁରୁବାର ଦଳର ଅଧ୍ୟକ୍ଷ ଅମିତ୍‌ ଶାହଙ୍କୁ ଭେଟି ଭବିଷ୍ୟତ କାର୍ଯ୍ୟପନ୍ଥା ନେଇ ଆଲୋଚନା କରିଛନ୍ତି। ଶାହ ଦିନେ ଦୁଇଦିନ ମଧ୍ୟରେ ନିଷ୍ପତ୍ତି ନେବେ ବୋଲି ଜଣାପଡ଼ିଛି। ୟେଦୁରପ୍ପାଙ୍କୁ ସରକାର ଗଠନ ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି ଜଣାଇବା ସକାଶେ ଶାହ ନିର୍ଦ୍ଦେଶ ନ ଦେଲେ କର୍ନାଟକରେ ରାଷ୍ଟ୍ରପତି ଶାସନ ଜାରି କରିବା ଲାଗି ରାଜ୍ୟପାଳ ସୁପାରିସ କରିପାରନ୍ତି ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri