Posted inଜାତୀୟ

କର୍ନାଟକରେ ସରକାର ବଞ୍ଚାଇବାକୁ କସରତ: କ୍ୟାବିନେଟ୍‌ରୁ ସବୁ ମନ୍ତ୍ରୀଙ୍କ ଇସ୍ତଫା

ବେଙ୍ଗାଲୁରୁ,୯ା୭(ପି.ଟି.): କର୍ନାଟକ ବିଧାନସଭାରୁ କଂଗ୍ରେସ ଓ ଜେଡିଏସ୍‌ର ୧୪ ବିଧାୟକ ଇସ୍ତଫା ଦେବା ପରେ ଏଚ୍‌.ଡି. କୁମାରସ୍ବାମୀ ସରକାରରେ ଦେଖାଦେଇଥିବା ସଙ୍କଟ ଟାଳିବା ପାଇଁ ଦୁଇ ଦଳ ପକ୍ଷରୁ ଜୋରଦାର କସରତ ଚାଲିଛି। ଉଭୟ ଦଳର ସମସ୍ତ ମନ୍ତ୍ରୀ କୁମାରସ୍ବାମୀଙ୍କ କ୍ୟାବିନେଟ୍‌ରୁ ଇସ୍ତଫା ଦେଇ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଲାଗି ସୁଯୋଗ ସୃଷ୍ଟି କରିଛନ୍ତି, ଯାହା ଫଳରେ ବିଦ୍ରୋହୀ ବିଧାୟକମାନଙ୍କୁ ମନ୍ତ୍ରିମଣ୍ଡଳରେ ଥଇଥାନ କରାଯାଇପାରିବ।
ସୋମବାର ପୂର୍ବାହ୍ନରେ ଉପମୁଖ୍ୟମନ୍ତ୍ରୀ ଜି. ପରମେଶ୍ୱରଙ୍କ ବାସଭବନରେ ଅନୁଷ୍ଠିତ ବୈଠକ ପରେ କଂଗ୍ରେସର ୨୧ ମନ୍ତ୍ରୀ ଇସ୍ତଫା ଦେଇଥିଲେ। ଏହାର କିଛି ସମୟ ପରେ ୯ ଜଣ ଜେଡିଏସ୍‌ ମନ୍ତ୍ରୀ ସେମାନଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀଙ୍କୁ ଦେଇଥିଲେ। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀ କଂଗ୍ରେସ ନେତାମାନଙ୍କ ସହ ଆଲୋଚନା ଚଳାଇଥିବା ଜଣାପଡିଛି। ଖୁବ୍‌ଶୀଘ୍ର ନୂଆ ମନ୍ତ୍ରିମଣ୍ଡଳ ଗଢ଼ାଯିବ ବୋଲି ସେ ଟୁଇଟ୍‌ କରିଛନ୍ତି। ଦଳର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ମନ୍ତ୍ରୀମାନେ ସ୍ବେଚ୍ଛାକୃତ ଭାବେ ଇସ୍ତଫା ଦେଇଥିବା କଂଗ୍ରେସ ନେତା ବେଣୁଗୋପାଳ ଗଣମାଧ୍ୟମକୁ କହିଛନ୍ତି।
ଉଲ୍ଲେଖଯୋଗ୍ୟ, ଶନିବାର କଂଗ୍ରେସର ୧୦ ଜଣ ଓ ଜେଡିଏସ୍‌ର ୩ ବିଧାୟକ ଇସ୍ତଫା ଦେବା ପରେ ସରକାରରେ ଗୁରୁତର ସଙ୍କଟ ସୃଷ୍ଟି ହୋଇଛି। ଇସ୍ତଫା ଦେଇଥିବା ବିଧାୟକମାନେ ମୁମ୍ବାଇର ଏକ ହୋଟେଲରେ ଅବସ୍ଥାନ କରୁଛନ୍ତି। ପୂର୍ବରୁ ଅନ୍ୟ ଜଣେ କଂଗ୍ରେସ ବିଧାୟକ ଇସ୍ତଫା ଦେଇଥିଲେ।
ସୋମବାର ୨ ସ୍ବାଧୀନ ବିଧାୟକ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେବା ସହ ମେଣ୍ଟ ସରକାରରୁ ସମର୍ଥନ ପ୍ରତ୍ୟାହାର କରିଛନ୍ତି। ଫଳରେ କୁମାରସ୍ବାମୀ ସରକାରରେ ସଙ୍କଟ ଆହୁରି ବଢ଼ିଯାଇଛି। ଏଚ୍‌. ନଗେଶ ଏବଂ ଆର୍‌. ଶଙ୍କର ମେଣ୍ଟ ସରକାରରୁ ସମର୍ଥନ ପ୍ରତ୍ୟାହାର କରିବା ପରେ ଭାଜପାକୁ ସମର୍ଥନ ଜଣାଇଛନ୍ତି। ସେମାନେ ରାଜ୍ୟପାଳ ବଜୁଭାଇ ଭାଲାଙ୍କୁ ସେମାନଙ୍କ ନିଷ୍ପତ୍ତି ଜଣାଇ ଦେଇଛନ୍ତି। ଇସ୍ତଫା ଦେବା ପରେ ନଗେଶ ମୁମ୍ବାଇ ଯାଇ ଅନ୍ୟ ବିଦ୍ରୋହୀ ବିଧାୟକମାନଙ୍କ ସହ ଯୋଗଦେଇଛନ୍ତି। କଂଗ୍ରେସ ଓ ଜେଡିଏସ୍‌ ବିଧାୟକମାନଙ୍କ ଇସ୍ତଫା ଗୃହୀତ ହେଲେ ମେଣ୍ଟ ସରକାର ସଂଖ୍ୟାଲଘୁରେ ପରିଣତ ହେବ। ଛୁଟିରେ ଥିବା ବାଚସ୍ପତି କେ.ଆର୍‌. ରମେଶକୁମାର ମଙ୍ଗଳବାର କାର୍ଯ୍ୟରେ ଯୋଗଦେବା ପରେ ବିଧାୟକମାନଙ୍କ ଇସ୍ତଫା ସମ୍ପର୍କରେ ନିଷ୍ପତ୍ତି ନେବେ ବୋଲି କହିଛନ୍ତି। ଏହା ପୂର୍ବରୁ ଅସନ୍ତୁଷ୍ଟ ବିଧାୟକମାନଙ୍କୁ ମନାଇବା ଲାଗି ଦୁଇ ଦଳ ପକ୍ଷରୁ ଉଦ୍ୟମ ଜାରି ରହିଛି। ଇସ୍ତଫା ଦେଇଥିବା ବିଧାୟକମାନଙ୍କ ସହ ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ କଂଗ୍ରେସ ରାଜି ଏବଂ ସେମାନଙ୍କୁ ଇସ୍ତଫା ପ୍ରତ୍ୟାହାର କରିନେବାକୁ କୁହାଯିବ ବୋଲି ବେଣୁଗୋପାଳ କହିଛନ୍ତି। ସେମାନେ ଦଳକୁ ଫେରିବେ ଏବଂ ସରକାର ଭାଙ୍ଗିବନି ବୋଲି ବେଣୁଗୋପାଳ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ସରକାରରେ ଅସ୍ଥିରତା ପାଇଁ ସେ ଭାଜପାକୁ ଦାୟୀ କରିଛନ୍ତି। ଷଷ୍ଠ ଥର ପାଇଁ ମେଣ୍ଟ ସରକାରରେ ଅସ୍ଥିରତା ସୃଷ୍ଟି ଲାଗି ଉଦ୍ୟମ ହୋଇଛି। ପୂର୍ବରୁ ସେମାନେ ୫ ଥର ଫେଲ୍‌ ମାରିଥିଲେ, ଏଥର ମଧ୍ୟ ବିଫଳ ହେବେ ବୋଲି କଂଗ୍ରେସ ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

ଦେବଗିରି ମହାବିଦ୍ୟାଳୟର ୧୫ତମ ପ୍ରତିଷ୍ଠା ଦିବସ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ କୋରାପୁଟ ସାଂସଦ ସପ୍ତଗିରି ଉଲାକା

କଲ୍ୟାଣସିଂହପୁର, ୭।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକସ୍ଥିତ ଦେବଗିରି ମହାବିଦ୍ୟାଳୟ ପରିସରରେ ୧୫ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କଲେଜ ପରିଚାଳନା…

ଆଡଲ୍ଟ କଣ୍ଟେଣ୍ଟ ଉପରେ ମୋଟା ରକମ ପାଇବାକୁ ଚିନ୍ତା କରୁଛି ୟୁକ୍ରେନ, ଆଣିବ ନୂଆ ଆଇନ

କ୍ୱିଭ,୭।୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି; ଦୁଇ ଦେଶ ଦୀର୍ଘ ସମୟ ଧରି ପରସ୍ପର ସହିତ ଲଢୁଛନ୍ତି। ଏହି ବିବାଦ ମଧ୍ୟରେ, ୟୁକ୍ରେନିଆନ ସରକାର…

‘ହର୍ମୁଜ ସେତେବେଳେ ଖୋଲିବ ଯେତେବେଳେ…’: ଆମେରିକା ପାଇଁ ନୂଆ ସର୍ତ୍ତ ରଖିଲା ଇରାନ

ତେହରାନ,୭।୯: ହର୍ମୁଜ ପ୍ରଣାଳୀ ଉପରେ ବିବାଦ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇରାନ ଏହି ପ୍ରଣାଳୀ ଖୋଲିବା ସମ୍ପର୍କରେ ଆମେରିକା ପାଇଁ ଏକ ସର୍ତ୍ତ ରଖିଛି। ଇରାନର…

ରାଜନୀତିରେ ହଇଚଇ… ତ୍ରିଶାଙ୍କୁ ଇଙ୍ଗିତ କରି ଏଭଳି କହିଦେଲେ ବିଜୟ, ଚାରିଆଡେ ଚର୍ଚ୍ଚା

ଚେନ୍ନାଇ,୭ା୯: ମହିଳାଙ୍କ ବିରୋଧରେ ଅଶାଳୀନ ଓ ଅପମାନଜନକ ମନ୍ତବ୍ୟକୁ ନେଇ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ…

‘Please Save Me Alive’… ଭଗ୍ନାବଶେଷ ତଳୁ ଛାତ୍ରଙ୍କ ୧୧ ସେକେଣ୍ଡର SOS, ଦିଲ୍ଲୀ ଦୁର୍ଘଟଣାର ଛାତିଥରା ଭିଡିଓ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଛାତ୍ରଙ୍କ ରହଣୀ ନିମନ୍ତେ ବ୍ୟବହୃତ ଏକ ବହୁତଳ କୋଠା ଭୁଶୁଡ଼ି ପଡ଼ିବା ପରେ ଏକ ଭିଡିଓ ସାମ୍ନାକୁ ଆସିଛି ।…

ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ କରି ଟଙ୍କା ନେବା ପଡ଼ିଲା ମହଙ୍ଗା, ୨ ଖବରଦାତାଙ୍କ ସହ ଆଉ ଜଣେ ଗିରଫ

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ଜଣେ ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ୍‌ କରି ଟଙ୍କା ନେବା ଘଟଣାରେ ୨ ଖବରଦାତାଙ୍କ ସହ ଜଣେ ଗିରଫ ହେବା କଳାହାଣ୍ଡି ଜିଲାରେ ଏବେ…

ନନ୍ଦନକାନନରେ ଖୁସି ଖବର: ପ୍ରଥମଥର ମା’ ହେଲା ସିଂହୀ ମାୟା, ଦୁଇ ଶାବକରୁ…

ବାରଙ୍ଗ,୭ା୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପାଇଁ ଏକ ଖୁସି ଖବର। ସିଂହୀ ମାୟା ପ୍ରଥମ କରି ମା’ ହୋଇଛି। ୧୧୨ ଦିନର ଗର୍ଭଧାରଣ ପରେ ସୋମବାର ଭୋର୍‌ରେ ସିଂହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri