କର୍ନାଟକରୁ ପ୍ରାପ୍ୟ ନ ପାଇ ଫେରିଲେ ଶ୍ରମିକ: ଠିକାଦାର, ୩ ସହଯୋଗୀଙ୍କ ବିରୋଧରେ ଅଭିଯୋଗ

ହିଞ୍ଜିଳିକାଟୁ,୨୪ା୧୨(ଡ଼ି.ଏନ୍‌.ଏ.)- ଜଣେ ଠିକାଦାର ଓ ତାଙ୍କ ୩ ସହଯୋଗୀଙ୍କ କଥାରେ ଅଧିକ ଅର୍ଥ ଲୋଭରେ ପଡ଼ି ଜିଲାର ବିଭିନ୍ନ ଅଞ୍ଚଳରୁ ୬୦ରୁ ଉର୍ଦ୍ଧ୍ୱ ଶ୍ରମିକ କର୍ନାଟକ ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିଲେ। ଏକ ରେଲ୍‌ ସ୍ଲିପର (ରେଳ ଧାରଣା ତଳେ ପଡୁଥିବା ସିମେଣ୍ଟ ଖୁଣ୍ଟ) ତିଆରି କମ୍ପାନୀରେ ୩ ମାସରୁ ଉର୍ଦ୍ଧ୍ୱ କାମ କରିଥିଲେ। ତେବେ ସେମାନଙ୍କୁ କେବଳ ଠିକାଦାର ଖାଇବାଖର୍ଚ୍ଚ ଦେଇ ବାକି ଟଙ୍କା ଦେଇ ନ ଥିଲେ। ଫଳରେ ଏମାନେ ବହୁ କଷ୍ଟରେ ଓଡ଼ିଶା ଫେରିଥିବା ସୋମବାର ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ହିଞ୍ଜିଳିଥାନା ଆଡ଼ପଡ଼ା ଫାଣ୍ଡି ପେଣ୍ଡୁରୁଲୁଣ୍ଡିର କାଳିଆ ଭୋଳଙ୍କ ଏତଲା କ୍ରମେ ନଂ.୩୭୨/୧୯ରେ ମାମଲା ରୁଜୁ ହୋଇଛି। ପ୍ରକାଶ ଯେ, ହିଞ୍ଜିଳି ଥାନା ଓ ଜିଲାର ଅନ୍ୟାନ୍ୟ ଅଞ୍ଚଳରୁ ୬୦ରୁ ଉର୍ଦ୍ଧ୍ୱ ନିର୍ମାଣ ଶ୍ରମିକ ହିଞ୍ଜିଳି ଥାନା ଅଞ୍ଚଳର ଜଣେ ଠିକାଦାର ଓ ତାଙ୍କ ୩ ସହଯୋଗୀଙ୍କ ଦ୍ୱାରା ପ୍ରଭାବିତ ହୋଇ ଉକ୍ତ କମ୍ପାନୀରେ କାମ କରିବାକୁ କର୍ନାଟକ ଯାଇଥିଲେ। ନିର୍ଯାତିତ ହେବାପରେ କମ୍ପାନୀ କର୍ତ୍ତୃପକ୍ଷ ଓ ସେଠାକାର ଶ୍ରମ ଅଧିକାରୀଙ୍କ ସହଯୋଗରେ ଶ୍ରମିକମାନେ ଓଡ଼ିଶା ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri